ସୋର(ଓଡ଼ିଶା ରିପୋର୍ଟର):ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକର ବର୍ବର ଆକ୍ରମଣ। ଯୁବକର କଟୁରୀ ଚୋଟରେ ମା’, ଦୁଇ ଝିଅ ଓ ଜ୍ୱାଇଁ ଗୁରୁତର ହୋଇଛନ୍ତି। ବାଲେଶ୍ଵର ଜିଲ୍ଲା ଖଇରା ଥାନା ଗେଙ୍ଗୁଟିଆ ଶାସନ ଗ୍ରାମରେ ଏହି ଘଟଣା ଘଟିଛି। ସେମାନଙ୍କୁ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଛି।
ଶାସନ ଗ୍ରାମରେ ବାଦଲ ଉପାଧ୍ୟାୟ ଓ ସଦାଶିବ ପାଢ଼ୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଜମିବାଡ଼ି ବିବାଦ ଲାଗିରହିଥିଲା । ତାକୁ କେନ୍ଦ୍ର କରି ଆଜି ବାଦଲ ଓ ସଦାଶିବ ପାଢ଼ୀଙ୍କ ସ୍ତ୍ରୀ ମଧ୍ୟରେ ପ୍ରଥମେ ଯୁକ୍ତି ତର୍କ ହୋଇଥିଲା ।
ଏଥିରେ ବାଦଲ ଉତକ୍ଷିପ୍ତ ହୋଇ ହାତରେ ଧରିଥିବା ଧାରୁଆ କଟୁରୀରେ ରେ ସେବତୀକୁ ଆକ୍ରମଣ କରିଥିଲେ । ଏହି ସମୟରେ ସେବତୀଙ୍କୁ ୨ ଝିଅ ଓ ଜ୍ୱାଇଁ ବଞ୍ଚେଇବାକୁ ଆସିବାରୁ ତାଙ୍କୁ ମଧ୍ୟ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ । ଏଥିରେ ୩ ଜଣ ଯାକ ଆହତ ହୋଇଥିଲେ। ସେମାନଙ୍କୁ ଗ୍ରାମବାସୀଙ୍କ ସହଯୋଗରେ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ଖଇରା ଥାନାରେ ଅଭିଯୋଗ ପରେ ଖଇରା ପୁଲିସ ତଦନ୍ତ ଜାରି ରଖିଛି । ଜମି ବାଡ଼ି ବିବାଦକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।