ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଶିକ୍ଷୟିତ୍ରୀଙ୍କ ବେକ କାଟି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଆଜି ଏପରି ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲାରୁ। ତେବେ କେଉଁ କାରଣରୁ ଶିକ୍ଷୟିତ୍ରୀଙ୍କ ବେକ କଟାଗଲା, ତାହା ଜଣାପଡ଼ି ନାହିଁ।
ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳର ଲିଲିମା ବେହେରା ଶରଣକୁଳ ଗୋଡିପଡା ପଟେଲ ବିଦ୍ୟାପୀଠରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରନ୍ତି। ଆଜି ସେ ସ୍କୁଲରୁ ଘରକୁ ଫେରୁଥିଲେ। ସେ ଘରେ ପଶିବା ସମୟରେ ସୁକାନ୍ତ ବେହେରା ନାମକ ଜଣେ ଯୁବକ ତାଙ୍କ ବେକରେ ଛୁରା ମାଡ଼ କରିଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସୁକାନ୍ତଙ୍କୁ ଧରିବାକୁ ଚେଷ୍ଟା କରିଥିଲେ। ଭୟଭୀତ ଥିବା ସୁକାନ୍ତ ନିଜ ବେକକୁ କାଟି ଦେଇଥିଲେ। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ କେଉଁ କାରଣରୁ ତାଙ୍କୁ ଆକ୍ରମଣ କରିଛନ୍ତି, ତାହା ଜଣାପଡ଼ି ନାହିଁ। ଆକ୍ରମଣ କରିଥିବା ଯୁବକ ସୁକାନ୍ତଙ୍କ ଘର କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।