ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଆଇଟିଡି ସମ୍ମିଳନୀ କକ୍ଷ ନିକଟସ୍ଥ ଏକ ଗଛରେ ଜଣେ ବ୍ୟକ୍ତି ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ତାଙ୍କ ନାଁ ହେଉଛି ଶଶାଙ୍କ ଶେଖର ଶତପଥୀ। ମାତ୍ର ତାଙ୍କ ଘର କେଉଁଠି ଜଣାପଡ଼ିନାହିଁ।
ଶଶାଙ୍କ ଆତ୍ମହତ୍ୟା କରୁଥିବା ଦେଖି ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ତୁରନ୍ତ ରାଉରକେଲା ସରକାରୀ ହସ୍ପିଟାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ଇସ୍ପାତ ଜେନେରାଲ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏବେ ମଧ୍ୟ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଉଦ୍ବେଗଜନକ ରହିଛି।
ଶଶାଙ୍କଙ୍କ ଆତ୍ମହତ୍ୟାର ସଠିକ କାରଣ ଜଣାପଡ଼ି ନାହିଁ। ପୁଲିସ ତାଙ୍କ ପାଖରୁ ହିନ୍ଦୀରେ ଲିଖିତ ଏକ ତିନି ଫର୍ଦ୍ଦ ବିଶିଷ୍ଟ ଚିଠି ଜବତ କରିଛି। ଯାହାକୁ ନେଇ ପୁଲିସ ତଦନ୍ତ ଜାରି ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।