କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାମନ୍ତରାପୁର ଗାଁରେ ଏକ ବରଯାତ୍ରୀ ବସ୍ ଜଳି ଯାଇଛି। ଫଳରେ ବସ୍ରେ ଶୋଇଥିବା ଅବସ୍ଥାରେ ନିଆଁ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ରାଜେଶ ଗିରି ବୋଲି କୁହାଯାଉଛି। ତାଙ୍କ ଘର ନୁସୁରି ପଶି ଗାଁରେ।
ସୂଚନା ଅନୁସାରେ, ଗତକାଲି ରାତିରେ ବସ୍ଟି ବରଯାତ୍ରୀଙ୍କୁ ଧରି କେନ୍ଦେଇପଶି ଯାଇଥିଲା। ବିଳମ୍ବିତ ରାତିରେ କନ୍ୟା ଘରୁ ଫେରି ବସ୍ଟି ସାମନ୍ତରାପୁର ଗାଁ ବରଘର ନିକଟରେ ଛିଡା ହୋଇଥିଲା। ସମସ୍ତ ବରଯାତ୍ରୀ ବସ୍ରୁ ଓହ୍ଲାଇଥିବା ବେଳେ ରାଜେଶ ବସ୍ ଭିତରେ ଶୋଇ ପଡ଼ିଥିଲେ। ଫଳରେ କୌଣସି କାରଣରୁ ନିଆଁ ଲାଗି ବସ୍ଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଏଥିରେ ଯୁବକ ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଗତକାଲି ରାତି ପ୍ରାୟ ୨ଟା ୩୦ ମିନିଟ୍ ସମୟରେ ଏହି ଅଭାବନୀୟ ଘଟଣା ଘଟିଛି।
ତେବେ କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଘଟଗାଁ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
https://youtu.be/j-kDIrlV1_s
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।