କାମାକ୍ଷାନଗର (ବିଦ୍ୟାଧର ବରାଳ): ନଦୀକୁ ଶୌଚ ପାଇଁ ଯାଉଥିବା ବେଳେ ବିଦ୍ୟୁତ୍ ଆଘାରେ ଯୁବକଙ୍କ ମୃତ୍ୟୁ ଘଟିଛି! ଆଜି ଏପରି ହୃଦୟ ବିଦାରକ ଘଟଣା ଢେଙ୍କାନାଳ ଜିଲ୍ଲାରେ ଘଟିଛି। ମୁକୁଳା ପଡ଼ିଥିବା ଉଠା ଜଳସେଚନ ପ୍ରକଳ୍ପର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
ଭୁବନ ଥାନା ମାର୍ଥାପୁର ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗାଁ ପବିତ୍ର ମଲ୍ଲିକ ଶୌଚ ପାଇଁ ବ୍ରାହ୍ମଣୀ ନଦୀକୁ ଯାଉଥିଲେ। ନଦୀ କୂଳରେ ଥିବା ଉଠା ଜଳସେଚନ ପ୍ରକଳ୍ପର ମୁକୁଳା ତାର ସଂସ୍ପର୍ଶରେ ସେ ଆସି ଯାଇଥିଲେ। ଫଳରେ ଚେତା ହରାଇ ତଳେ ପଡ଼ି ଯାଇଥିଲେ।
ସ୍ଥାନୀୟ ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମଠକରଗୋଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କାମାକ୍ଷାନଗର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।