ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ବୋମା ମାଡ଼ରେ ଉଡିଗଲା ଯୁବକଙ୍କ ମୁଣ୍ଡ। ଖଣ୍ଡ ବିଖଣ୍ଡିତ ମର ଶରୀର ଗାଁ ଦାଣ୍ଡରେ ପଡ଼ିଛି। ଆସନ୍ତାକାଲି ନୟାଗଡ଼ରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଥିବା ବେଳେ ଆଜି ରାତିରେ ବୋମା ମାଡ଼ ଘଟିଛି। ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି।
ନୟାଗଡ଼ ଜିଲ୍ଲା ଖଣ୍ଡପଡା ଥାନା ଅନ୍ତର୍ଗତ ବଡ଼ବୋଦସା ଗାଁର ଶ୍ୟାମ ତାରେଣିଆଙ୍କ ୩୩ ବର୍ଷୀୟ ପୁଅ ପ୍ରଶାନ୍ତ ଆଜି ରାତି ପ୍ରାୟ ୮ଟା ବେଳେ ତାରେଣିଆ ଗାଁ ଦେଇ ବାଇକ ଚଲାଇ ଯାଉଥିଲେ। ଠିକ୍ ସେହି ସମୟରେ ବେଳେ ତାଙ୍କ ଉପରେ ବୋମା ମାଡ଼ ହୋଇଥିଲା। ଜଣେ ବ୍ୟକ୍ତି ବୋମା ଫିଙ୍ଗି ଚମ୍ପଟ ମାରିଥିଲେ। ବୋମା ମାଡ଼ରେ ପ୍ରଶାନ୍ତଙ୍କ ମୁଣ୍ଡ ଉଡ଼ି ଯାଇଛି। ଆସନ୍ତା କାଲି ଖଣ୍ଡପଡା ନିର୍ବାଚନମଣ୍ଡଳୀରେ ମତଦାନ ଥିବା ବେଳେ ଆଜି ସନ୍ଧ୍ୟା ବେଳେ ବୋମାମାଡ ହୋଇଛି। ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କ ଗିରଫ ଦାବିରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି।
ଖଣ୍ଡପଡା ଥାନା ପୁଲିସ ଗାଁରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଅନ୍ୟପକ୍ଷରେ ସୁରକ୍ଷା ଦୃଷ୍ଟିରୁ ଗାଁରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।