ନୀଳଗିରି(ବିଶ୍ୱମ୍ବର ଦାସ): କାଳ ସାଜୁଛି ଗୁଡ଼ି ମାଞ୍ଜା। ଘରୁ ବାହାରିବାକୁ ଭୟ କଲେଣି ଲୋକେ। କଟକ ଜିଲ୍ଲା ଜଗତପୁର ଥାନା ଅଞ୍ଚଳରେ ଜଣେ ଯୁବକ ଗୁଡ଼ି ସୁତା ଲାଗି ପ୍ରାଣ ହରାଇଥିବା ବେଳେ ପୁରୀରେ ଜଣେ ଗୁରୁତର ହୋଇ ପଡ଼ିଛନ୍ତି। ଏବେ ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ । ଗୁଡ଼ି ସୁତା ଲାଗି ଆହତ ହୋଇଥିବା ଯୁବକଜଣକ ହେଲେ ଗୋପ ଅଞ୍ଚଳର ରଞ୍ଜନ ପରିଡା ।
ରଞ୍ଜନ ପରିଡ଼ା ଆଜି ଶ୍ୟାମସୁନ୍ଦର ବଜାରରୁ ମାର୍କେଟିଂ କରି ବାଇକ୍ରେ ଘରକୁ ଫେରୁଥିଲେ। ଏହି ସମୟରେ ଗୋପ ଛକ ନିକଟରେ ତାଙ୍କ ବେକରେ ଗୁଡି ମାଂଜା ଦଉଡି ଲାଗିଯାଇଥିଲା। ଫଳରେ ସେ ତଳେ ପଡ଼ି ଯାଇଥିଲେ। ଏହାପରେ ପଛରୁ ଆସିଥିବା ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ରଞ୍ଜନ ଆହତ ହୋଇଥିବା ଜଣାଯାଇଛି।
ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। କାହା ସୁତା ଲାଗି ଏପରି ଅଘଟଣ ଘଟିଲା ସେ ନେଇ କିଛି ଟେର ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।