ଯାଜପୁର (ଅଭୟ ପତି): ମାଆ ଓ ପତ୍ନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଯୁବକ। ଆଜି ଏପରି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅଞ୍ଚଳରେ ଘଟିଛି। ଉଭୟଙ୍କୁ ଗୁରୁତର ମେଡିକାଲରେ ଭର୍ତ୍ତି କରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଭିଯୋଗରୁ ପ୍ରକାଶ ମଧୁବନ ଗାଁର ଟିମା ଦେହୁରୀଙ୍କ ମାନସିକ ଅବସ୍ଥା ଠିକ୍ ନାହିଁ। ସେଥିପାଇଁ ଅନେକ ସମୟରେ ପରିବାର ଲୋକଙ୍କୁ ଗାଳି ଗୁଲଜ କରନ୍ତି। ଆଜି କୌଣସି କଥାକୁ ନେଇ ଟିମା ନିଜ ପତ୍ନୀ ବିଜୁଳି ଦେହୁରୀଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ଟିମା ଏକ ଧାରୁଆ କଟୁରୀରେ ତାଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇ ଥିଲେ। ଏହା ଦେଖି ତାଙ୍କ ମାଆ ଲାବଣ୍ୟ ଦେହୁରୀ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ତେବେ ରାଗରେ ଜର୍ଜରିତ ଥିବା ଟିମା ନିଜ ମାଆଙ୍କ ମୁଣ୍ଡକୁ କଟୁରୀରେ ଆକ୍ରମଣ କରିଥିଲେ। ପରେ ନିଜ ପତ୍ନୀ ବିଜୁଳିଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ଶାଶୂ ଓ ବୋହୂ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସୁକିନ୍ଦା ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ଟିମାକୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।