ବାରିପଦା(ମାଣିକଲାଲ ପାଣି): ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଖେଳ ପଡ଼ିଆରେ ବଜ୍ରପାତ ହେଲା। ଫଳରେ ଜଣେ ଦର୍ଶକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଅସୁସ୍ଥ ହୋଇଛି। ଏପରି ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି।
ଆଜି ଥିଲା ବିଶ୍ୱକର୍ମା ପୂଜା। ପ୍ରତିବର୍ଷ ପରି ଏଥର ବାରିପଦା ସହର ଉପକଣ୍ଠ ଲକ୍ଷ୍ମୀପୋଷୀ ସ୍ଥିତ ରାଜାବସା ପଡ଼ିଆରେ ଚାଲିଥିଲା ଫୁଟ୍ବଲ୍ ମ୍ୟାଚ୍। ଖେଳ ଦେଖିବା ପାଇଁ ଷ୍ଟାଡିୟମ୍ରେ ଶତାଧିକ ଲୋକ ରୁଣ୍ଡ ହୋଇଥିଲା। ପଡ଼ିଆ ଭିତରେ ଘମାଘୋଟ୍ ଖେଳ ଚାଲିଥିବା ବେଳେ ଅପରାହ୍ନରେ ହଠାତ୍ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପରେ ବର୍ଷିବା ସହିତ ଘଡ଼ିଘଡ଼ି ମାରିଥିଲା।
ବଜ୍ରପାତରେ ଫୁଟ୍ବଲ୍ ଖେଳ ଦେଖୁଥିବା ୪ ଦର୍ଶକ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଚିକିତ୍ସା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।