ସୋନପୁର(ରବୀନ୍ଦ୍ର ହୋତା): ଅବକାରୀ ବିଭାଗ ଗାଡ଼ି ଧକ୍କାରେ ଜଣେ ଗଞ୍ଜେଇ ବେପାରୀଙ୍କ ମୃତ୍ୟୁ ଘଟିଛି! ଅନ୍ୟ ଜଣେ ଗୁରୁତର ଆହତ ହୋଇ ବୁର୍ଲା ମେଡ଼ିକାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ସକାଳେ ଏପରି ଦୁର୍ଘଟଣା ସମ୍ୱଲପୁର-ସୋନପୁର ରାଜ୍ୟ ରାଜପଥରେ ଘଟିଛି।
ରାଉରକେଲା ଅଞ୍ଚଳର ପ୍ରଦୀପ ମହାନ୍ତି(୫୨) ଓ ପ୍ରମୋଦ ପାଢ଼ୀ(୨୨) ଦୁଇ ଜଣ ଯୁବକ ସମ୍ୱଲପୁରରୁ ଏକ ସ୍କୁଟିରେ ଗଞ୍ଜେଇ ଧରି ସୋନ୍ପୁର ଅଭିମୁଖେ ଆସୁଥିଲେ। କୌଣସି ସୂତ୍ରରୁ ଖବର ପାଇ ସମ୍ୱଲପୁର ଅବକାରୀ ବିଭାଗ ସ୍କୁଟିକୁ ପିଛା କରିଥିଲେ। ସ୍କୁଟିଟି ଦ୍ରୁତ ଗତିରେ ପଳାଇବାକୁ ଚେଷ୍ଟା କରୁଥିଲା। ତେବେ ସମ୍ୱଲପୁର-ସୋନପୁର ରାଜ୍ୟ ରାଜପଥର କୁତପାଲି ନିକଟରେ ସ୍କୁଟିକୁ ଅବକାରୀ ବିଭାଗ ଗାଡ଼ି ଧକ୍କା ଦେଇଥିବା ଅଭିଯୋଗ ହୋଇଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ।
ଉଭୟଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଦୀପ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରମୋଦ ପାଢ଼ୀ ଗୁରୁତର ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ସ୍କୁଟି ଡିକିରୁ ଅବକାରୀ ବିଭାଗ ଗଞ୍ଜେଇ ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।