ବାଲିଗୁଡ଼ା (ଅଜିତ ନାୟକ): ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କୁ ଅସଦାଚରଣ। ଏଭଳି ସାଙ୍ଘାତିକ ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଅଞ୍ଚଳରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି।
ଦାରିଙ୍ଗବାଡ଼ି ସ୍ଥିତ ଡକ୍ଟର ବିଆର୍ ଆମ୍ବେଦକର ଛାତ୍ରୀନିବାସ ସଙ୍ଗରୋଧ କେନ୍ଦ୍ରରେ ୨୯ ଜଣ ପ୍ରବାସୀଙ୍କୁ ରଖାଯାଇଥିଲା। ଆଉ ବିଳମ୍ବିତ ରାତିରେ ଦୁଇ ଜଣ ଯୁବତୀ ଶୌଚ ପାଇଁ ଶୈଚାଳୟକୁ ଯାଇଥିଲେ। ଏହି ସମୟରେ ପୂର୍ବରୁ ଛପି ରହିଥିବା ଜଣେ ପ୍ରବାସୀ ଶ୍ରମିକ ଜଣେ ଯୁବତୀଙ୍କୁ ଟଣାଓଟରା କରିଥିଲେ। ଯୁବତୀ ଜଣକ ପାଟି କରିବା ପରେ ଅଭିଯୁକ୍ତ ଯୁବକ ଜଣକ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲା। ଘଟଣା ସମ୍ପର୍କରେ ଯୁବତୀ ଜଣକ ଦାରିଙ୍ଗବାଡି ବିଡ଼ିଓଙ୍କୁ ଜଣାଇଲେ। ପରେ ପୁଲିସକୁ ଖବର ଦିଆଯାଇଥିଲା।
ଦାରିଙ୍ଗବାଡି ଥାନା ପୁଲିସ ପୀଡିତାଙ୍କ ଅଭିଯୋଗ କ୍ରମେ ମାମଲା ରୁଜୁ କରି ଅଭିଯୁକ୍ତ ଯୁବକକୁ ଅଟକ ରଖି ପଚରାଉଚରା କରୁଛି। ସଙ୍ଗରୋଧ କେନ୍ଦ୍ରରେ ଏଭଳି ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।