ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ହାଣି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ଚିନ୍ମୟ ସାହୁ। ତାଙ୍କ ଘର ଦେଉଳି ଗାଁରେ।
ଚିନ୍ମୟଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଚିନ୍ମୟ ନିଜ ବାଇକ୍ରେ ଯାଉଥିବା ବେଳେ ବେଗୁନିଆ ଥାନା ଓ ଦେଉଳି ଗାଁ ମଝିରେ ହଠାତ୍ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ସେ ବାଇକରୁ ପଡ଼ି ଯାଇଥିଲେ। ଏହାପରେ ଦୁର୍ବୃତ୍ତ ତାଙ୍କୁ ହାଣି ହତ୍ୟା କରିବା ପରେ ଫେରାର ହୋଇଯାଇଛି।
ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ନଥିବା ବେଳେ ଚିନ୍ମୟଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।