ସୁବର୍ଣ୍ଣପୁର( ରବୀନ୍ଦ୍ର ହୋତା): ବିପଦଜ୍ଜନକ ଭାବେ ସେଲ୍ଫି ନେବା କାଳ ହେଲା। ୪୦ ଫୁଟ ଉଚ୍ଚରୁ ନଦୀକୁ ପଡ଼ିଥିଲେ ମଧ୍ୟ ଅଳ୍ପକେ ରକ୍ଷା ପାଇଲେ ଯୁବକ। ଗୁରୁତର ଅବସ୍ଥାରେ ଏବେ ସେ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଯୁବକଜଣକ ହେଲେ ଜିତୁ ନାୟକ। ତାଙ୍କ ଘର ସୋନପୁର ସହରସ୍ଥିତ ପଟାଭାଡିରେ।
ଗତକାଲି ଜିତୁ ତାଙ୍କର ଦୁଇ ଜଣ ସାଙ୍ଗଙ୍କ ସହ ମହାନଦୀ ବ୍ରିଜ୍ ଆଡେ ବୁଲିବାକୁ ଯାଇଥିଲେ। ସେଠାରେ ଜିତୁ ବ୍ରିଜର ବାଡ଼ ଉପରକୁ ଚଢ଼ି ସେଲଫି ଉଠାଉଥିଲେ। କିନ୍ତୁ ନିୟନ୍ତ୍ରଣ ହରାଇ ନଦୀରେ ପଡ଼ି ଯାଇଥିଲେ। ଖବର ପାଇ ସୋନପୁର ଅଗ୍ନିଶମ କର୍ମଚାରୀ ତାଙ୍କୁ ଉଦ୍ଧାର କରି ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୪୦ ଫୁଟ୍ ତଳକୁ କଚାଡ଼ି ହୋଇ ପଡ଼ିଥିବାରୁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।