Advertisment

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ, ଦିଆଗଲା ନାଁ

ଶିଶୁଟିକୁ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ପଳାଇଥିଲେ।

Doctors

Doctors

Advertisment

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।

Advertisment

ଶିଶୁ କନ୍ୟାଟି ଏବେ ବୁର୍ଲା ବଡ଼ ଡାକ୍ତରଖାନାର SNCUରେ ଚିକିତ୍ସାଧୀନ ରହିଛି। ଆଜି ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ ଡାକ୍ତରମାନେ ମଧ୍ୟ ସାମିଲ ହୋଇଥିଲେ। ଏହି ଅବସରରେ କେକ୍‌ କଟା ଯାଇଥିଲା ଓ ମିଠା ବଣ୍ଟା ଯାଇଥିଲା।

ବିଜୟିନୀର ସ୍ଵାସ୍ଥ୍ୟାବସ୍ଥାରେ ଧୀରେ ଧୀରେ ଉନ୍ନତି ହେଉଛି। ତା’ ଓଜନ ମଧ୍ୟ ବୃଦ୍ଧି ପାଉଛି।

Advertisment

ଶିଶୁଟିକୁ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ପଳାଇଥିଲେ। ୬ ଘଣ୍ଟାର ଅପରେସନ ପରେ ତାକୁ ଉଦ୍ଧାର କରାଯାଇଥିଲା।

VIMSAR
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe