ନୂଆଦିଲ୍ଲୀ: ଗଛ ଛାଇ ଦିଏ, ଫଳ ଦିଏ। ଛୋଟ ବେଳୁ ଆମେ ଏକଥା ଜାଣିଛେ। କିନ୍ତୁ କେହି ଯଦି ଆପଣଙ୍କୁ କହିବେ ଗଛ ମଦ ଦିଏ- ଆପଣ ବିଶ୍ୱାସ କରିବେ କି? ତେବେ ଦିଲ୍ଲୀରେ ଏକ ନିମ୍ବ ଗଛରୁ ବିୟର ବାହାରୁଛି। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ! କଥାଟା ସତ। ଏହି ନିମ୍ବ ଗଛଟି ଦିଲ୍ଲୀ ବିଶ୍ୱବିଦ୍ୟାଳୟର ନର୍ଥ କ୍ୟାମ୍ପସରେ ଅଛି। ଏହି ନିମ୍ବ ଗଛରୁ ବିୟର ଭଳି କିଛି ପଦାର୍ଥ ବାହାରୁଛି। ଏଥିରେ ନିଶା ମଧ୍ୟ ହେଉଛି। ଏହି ଖବର ନିଆଁ ଭଳି ବ୍ୟାପି ଯିବା ପରେ କ୍ୟାମ୍ପସ୍ ବାହାରୁ ମଧ୍ୟ ଲୋକେ ଗଛଟିକୁ ଦେଖିବାକୁ ଆସୁଛନ୍ତି। ସ୍ଥିତିକୁ ଦେଖି କ୍ୟାମ୍ପସ୍ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କୁଳପତି କଟକଣା ଜାରି କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଦୈନିକ ଏହି ନିମ୍ବ ଗଛରୁ ୧ରୁ ଦେଢ଼ ଲିଟର ବିୟର ଭଳିଆ ପଦାର୍ଥ ବାହାରୁଛି।
ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର କହିଛନ୍ତି,“ବର୍ଷେ ହେବ ଏହି ନିମ୍ବ ଗଛରୁ ମଦ ଭଳିଆ ପଦାର୍ଥ ବାହାରୁଛି। ଦିନେ ଜଣେ ବ୍ୟକ୍ତି ଏହା ଚାଖିବାରୁ ତାଙ୍କୁ ନିଶା ହୋଇଯାଇଥିଲା।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।