କରିମନଗର(ତେଲେଙ୍ଗାନା): ଦେବ ଦେବ ମହାଦେବଙ୍କ ସହ ସାପର ସମ୍ପର୍କ ଖୁବ୍ ନିବିଡ଼। ମହାଦେବ ତାଙ୍କ ଗଳାରେ ନାଗସାପ ଧାରଣ କରିଥିବା ଆପଣ ମୂର୍ତ୍ତିରେ ଦେଖିଥିବେ। କିନ୍ତୁ କେବେ ଏହି ଭୋଳାବାବାଙ୍କ ବେକରେ ସତସତିକାନାଗସାପ ଗୁଡ଼ାଇ ହେବାର ଦେଖିଛନ୍ତି କି ?
ହଁ ଆଶ୍ଚର୍ଯ୍ୟ ହେଲା ଭଳି ଏମିତି ଏକ ଅଜବ ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ମହାଦେବଙ୍କ ବେକରେ ଏକ ନାଗ ସାପ ଗୁଡ଼ାଇ ହୋଇ ଫଣା ଟେକୁଥିବାର ଦୃଶ୍ୟ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓଟି ଅଧିକରୁ ଅଧିକ ଶେୟାର ମଧ୍ୟ ହେଉଛି।
ଟାଇମ୍ସ ଅଫ ଇଣ୍ଡିଆର ଏକ ରିପୋର୍ଟ ଅନୁଯାୟୀ, ଏହି ଦୃଶ୍ୟ ହେଉଛି ତେଲେଙ୍ଗାନା କରିମ ନଗର ଅଞ୍ଚଳର। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଓ ଭକ୍ତିଭାବ ବଢିବା ସହ ଏହା ମହାଦେବ ଶଙ୍କରଙ୍କ ଅଲୌକିକ ଶକ୍ତି ବୋଲି କୁହାଯାଉଛି। ତେବେ ଏକ ଏନ୍ଜିଓ ସାପଟିକୁ ସ୍ନେକ୍ ହେଲ୍ପଲାଇନ୍ ସଦସ୍ୟଙ୍କ ସହାୟତାରେ ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଦେଇ ଥିବା ଜଣାପଡ଼ିଛି। ଏହି ଭିଡିଓଟି ହ୍ୱାଟସ୍ ଆପ୍, ଟ୍ୱିଟର ଏବଂ ଫେସବୁକ୍ରେ ଜୋରଦାର ଶେୟାର ହେଉଛି।
https://youtu.be/D-mFtNkp7V8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।