ନୂଆଦିଲ୍ଲୀ:ଫେସବୁକ୍ ଅପବ୍ୟବହାର କଲେ ଆପଣଙ୍କ ଆକାଉଣ୍ଟ ସବୁଦିନ ପାଇଁ ବ୍ଲକ ହୋଇପାରେ। କାରଣ ନକଲି ଫେସବୁକ୍ ଆକାଉଣ୍ଟକୁ ଚିହ୍ନଟ କରିବ ଫେସବୁକ୍। ଏପରିକି ଫେସବୁକ୍ରେ ମିଥ୍ୟା ଖବର ଭାଇରାଲ କଲେ ମହଙ୍ଗା ପଡ଼ିପାରେ। ଏଣିକି ଟିକିନିଖି ତଥ୍ୟ ଯାଞ୍ଚ କରିବେ ଫେସବୁକ୍ କର୍ତ୍ତୃପକ୍ଷ। ଦିନକୁ ଦିନ ସାଇବର କ୍ରାଇମ ବୃଦ୍ଧି ପାଇବା, ମିଛ ତଥ୍ୟ ପ୍ରକାଶ କରି ଲୋକଙ୍କୁ ବିଭ୍ରାନ୍ତି କରିବା ଉପରେ ରୋକ୍ ଲାଗିବ। ଫ୍ରାନ୍ସରେ ୩୦,୦୦୦ ନକଲି ଫେସବୁକ୍ ଆକାଉଣ୍ଟ ଚିହ୍ନଟ କରି ସେ ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଫେସବୁକ୍ ପ୍ରୋଟେକ୍ଟ ଏବଂ କେୟାର ଟିମ୍ର ମୁଖ୍ୟ ସବ୍ନାମ ସାହିକ୍ ଏହି ସୂଚନା ଦେଇଛନ୍ତି। ଫେସବୁକ୍ରେ ବିଭ୍ରାନ୍ତି ଖବର ଭାଇରାଲ ହେବା ଯୋଗୁ ଗତ ବର୍ଷ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଗୁରୁତର ପ୍ରଭାବ ପଡ଼ିଥିଲା। ଏହା ପରଠାରୁ ଫେସବୁକ୍ ନିର୍ମାତା ତଥା ମାର୍କ ଜୁକର ବର୍ଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପୂର୍ବରୁ ଫେସବୁକ୍ ପର୍ଣ୍ଣ ଭିଡିଓକୁ ବନ୍ଦ ପାଇଁ ପଦକ୍ଷେପ ନେଇଥିଲା। ଏବେ ନକଲି ଆକାଉଣ୍ଟ ଉପରେ ନଜର ରଖିବ ଫେସବୁକ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।