ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଏ.ପି.ଜେ. ଅବଦୁଲ କଲାମଙ୍କର ଆଜି ଜନ୍ମଦିନ। ୧୯୩୧ ମସିହାରେ ଆଜିର ଦିନରେ ତାମିଲନାଡୁର ରାମେଶ୍ୱରମ୍ରେ ସେ ଜନ୍ମ ହୋଇଥିଲେ।
ଏକ ଗରିବ ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ନିଜ ଇଚ୍ଛାଶକ୍ତି ଓ ଉଦ୍ୟମ ଯୋଗୁଁ ସେ ଜଣେ ବୈଜ୍ଞାନିକ ହୋଇପାରିଥିଲେ। ପରେ ସେ ଦେଶର ରାଷ୍ଟ୍ରପତି ମଧ୍ୟ ହୋଇଥିଲେ।
ସେ ଥିଲେ ଦେଶର ଅନ୍ୟତମ ଲୋକପ୍ରିୟ ରାଷ୍ଟ୍ରପତି। ରାଷ୍ଟ୍ରପତି ହୋଇଥିଲେ ହେଁ ସେ ମିସାଇଲ୍ ମ୍ୟାନ୍ ନାଁରେ ପରିଚିତ ଥିଲେ। ଭାରତରେ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମର ଜନକ ହେଉଛନ୍ତି ଅବଦୁଲ କଲାମ।
ତାଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଇସ୍ରୋ ଓ ଡିଆର୍ଡିଓ ସଫଳତାର ଶିଖର ଛୁଇଁଛି। ଦେଶକୁ ଆଣବିକ ଶକ୍ତି ସଂପନ୍ନ କରିବାରେ ମଧ୍ୟ କଲାମଙ୍କର ପ୍ରମୁଖ ଭୂମିକା ଥିଲା।
୨୦୦୨ରୁ ୨୦୦୭ ଯାଏଁ କଲାମ ଦେଶର ରାଷ୍ଟ୍ରପତି ପଦ ଅଳଙ୍କୃତ କରିଥିଲେ।
ମେଘାଳୟର ଶିଲଂର ଏକ ଶିକ୍ଷାନୁଷ୍ଠାନରେ ଲେକ୍ଚର୍ ଦେଉଥିବା ବେଳେ ୨୦୧୫ ଜୁଲାଇ ୨୭ତାରିଖରେ ତାଙ୍କର ପରଲୋକ ହୋଇଥିଲା। ସେତେବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।
ଅନ୍ତିମ ଯାତ୍ରା-
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।