Advertisment

ସଜେଇ ହୋଇଛି ରାଇରଙ୍ଗପୁର, ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ତୃତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ।

author-image
Tapaswini Nayak
ଅଦ୍ୟତନ ହୋଇଛି
President

President

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତ କରିବେ। ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ତୃତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ।

Advertisment

ଅପରାହ୍ଣରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ପରେ ରାଷ୍ଟ୍ରପତି ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୯ ତାରିଖ ସକାଳେ ରାଷ୍ଟ୍ରପତି କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାୟଳରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ।

ସେହିଦିନ ଅପରାହ୍ନରେ ଭୁବନେଶ୍ୱର ଯାତ୍ରା କରି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ମାନ୍ୟବର ରାଷ୍ଟ୍ରପତି ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ମୟୂରଭଞ୍ଜ ଯାଏଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Advertisment
President Of India