/odisha-reporter/media/post_attachments/uploadimage/library/16_9/16_9_0/IMAGE_1708396019.jpg)
Rajya sabha
ରାଜ୍ୟସଭା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ। ଯଦି କୌଣସି ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ନ କରନ୍ତି ତେବେ ନିର୍ବାଚନରେ ସେମାନଙ୍କୁ ବିଜୟ ଘୋଷଣା କରାଯିବ। ରାଜ୍ୟସଭାରେ ଖାଲିଥିବା ୩ଟି ଆସନ ପାଇଁ ୩ଜଣ ପ୍ରାର୍ଥୀ ଅଛନ୍ତି।
ଓଡ଼ିଶାରୁ ରାଜ୍ୟସଭା ପାଇଁ ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ତୃତୀୟ ପ୍ରାର୍ଥୀ ଭାବେ ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ଅଶ୍ୱିନୀଙ୍କୁ ସମର୍ଥନ କରିଛି ବିଜେଡି।
ଓଡ଼ିଶାରୁ ଖାଲି ଥିବା ୩ଟି ଆସନ ପାଇଁ ୩ ଜଣ ଆବେଦନ କରିଥିବାରୁ, ସେମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ। ସଂଖ୍ୟା ଗରିଷ୍ଠତା ଥିବାରୁ ୩ ପ୍ରାର୍ଥୀ ବିନା ଭୋଟିଂରେ ରାଜ୍ୟ ସଭାକୁ ଯିବେ। ରିଟର୍ଣ୍ଣିଂ ଅଫିସର ଆଜି ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ସାର୍ଟିଫିକେଟ୍ ପ୍ରଦାନ କରିବେ ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା କାର୍ଯ୍ୟକାଳ ଚଳିତବର୍ଷ ଏପ୍ରିଲ ୨ତାରିଖରେ ଶେଷ ହେଉଛି। ଏହି ୩ଟି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ୧୫ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
