Advertisment

‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’

ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Food supply  Minister

Food supply Minister

ରାଜ୍ୟରେ ଭୂତ ଖାଉଥିଲେ ରାସନ ଚାଉଳ। ଇ-କେୱାଇସି ବେଳେ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

Advertisment

ମନ୍ତ୍ରୀ ଉତ୍ତରରେ କହିଛନ୍ତି, ରାଜ୍ୟରେ ୨୦୨୪- ୨୫ ମସିହାରେ ରାସନ କାର୍ଡ ତଥ୍ୟାବଳୀକୁ ସ୍ୱଚ୍ଛ ଏବଂ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଚାଲୁ କରାଯାଇଥିବା ଆଧାର ଇ-କେୱାଇସି ଯାଞ୍ଚ ପ୍ରକ୍ରିୟାରେ ଆଜି ସୁଦ୍ଧା ୧,୭୬,୦୬୮ ଜଣ ମୃତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ରାସନ କାର୍ଡ ତଥ୍ୟାବଳୀରୁ ବାଦ ଦିଆଯାଇଛି।

ଆଧାର ଇ-କେୱାଇସି ଯାଞ୍ଚ ଏକ ସାମୟିକ ପ୍ରକ୍ରିୟା। ଅଦ୍ୟାବଧି ସମୁଦାୟ ୩,୩୬,୩୫,୯୧୮ ପିଡିଏସ ହିତାଧିକାରୀଙ୍କ ମଧ୍ୟରୁ ଏବେ ସୁଦ୍ଧା ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ସରିଲାଣି ଇ-କେୱାଇସି ଯାଞ୍ଚ ସମୟରେ ଚିହ୍ନିତ ହେଉଥିବା ମୃତ ହିତାଧିକାରୀଙ୍କୁ ବାଦ ଦିଆଯାଇ ଆଗକୁ ପୁଣି ଯେତେ ସ୍ଥାନ ଖାଲି ହେବ, ସେହି ସ୍ଥାନରେ ଯୋଗ୍ୟ ଆବେଦନକାରୀଙ୍କୁ ନୂତନ ରାସନ କାର୍ଡ ଯଥାଶୀଘ୍ର ଯୋଗାଇ ଦିଆଯିବ। ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।

Advertisment

ସୂଚନାଯୋଗ୍ୟ, ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କିଛି ଦିନ ତଳେ ଗଣମାଧ୍ୟମରେ କହିଥିଲେ।

Winter Session Of Assembly Bjp Miniser Rasan Card