Advertisment

ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଗଲା ୧ଟଙ୍କା

୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଦ୍ୟତନ ହୋଇଛି
undefined

Subhadra Yojana

Advertisment

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି। ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ ଯୋଗଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏହି ସୂଚନା ଦେଇଛନ୍ତି। 

Advertisment

ସେ କହିଛନ୍ତି, ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଶେଷ ଯୋଗ୍ୟ ମହିଳା ହିତାଧିକାରୀଙ୍କ ପାଖରେ ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ। ଏଣୁ ୧୭ ତାରିଖକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ।

ଉପ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସୁଭଦ୍ରା ଯୋଜନାରେ ଏଯାଏଁ ୬୦ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି।

Advertisment

ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ  ଭୁବନେଶ୍ୱରରେ ଆଜି ବିଶାଳ ପଦଯାତ୍ରା ଆୟୋଜିତ ହୋଇଥିଲା। ରାଜଧାନୀର ୟୁନିଟ ୩ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ୱ ବିଦ୍ୟାଳୟ ଛକ ପର୍ଯ୍ୟନ୍ତ ଏହି ପଦଯାତ୍ରା ହୋଇଥିଲା। ଏଥିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା, କେଭି ସିଂହ ଦେଓ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ବିଜେପିର ନେତା କର୍ମୀମାନେ ଯୋଗ ଦେଇଥିଲେ। 

ସୁଭଦ୍ରା ଯୋଜନା ବାବଦରେ ସଚେତନତା ସୃଷ୍ଟି ପାଇଁ ଆଜିଠୁ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରତି ବ୍ଲକ ଓ ପଞ୍ଚାୟତରେ ସୁଭଦ୍ରା ସ୍ୱାଗତ ସପ୍ତାହ
କରାଯିବ। ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରର ସମସ୍ତ ଅଧିକାରୀଙ୍କ ସମେତ ଅଙ୍ଗନବାଡ଼ି କର୍ମୀ, ସୁପରଭାଇଜର, SHG ସଦସ୍ୟା, ଆଶାକର୍ମୀ ମାନେ ସାମିଲ ହେବେ।

ପ୍ରତି ପଞ୍ଚାୟତରେ ପଥପ୍ରାନ୍ତ ନାଟକ ଚିତ୍ରାଙ୍କନ, କୁଇଜ୍ ପ୍ରତିଯୋଗିତା କରି ସଚେତନ କରାଯିବ। ପ୍ରତି ଅଞ୍ଚଳରେ ସଫଳ ମହିଳାଙ୍କୁ ସୁଭଦ୍ରା ଅପାର ଆଖ୍ୟା ଦିଆଯିବା ସହ ସଫଳ ମହିଳାଙ୍କ କାହାଣୀକୁ ‘ମୋ ସୁଭଦ୍ରା ଷ୍ଟୋରୀ’ ଭାବେ ପ୍ରତିଷ୍ଠିତ କରାଯିବ ।

Bhubaneswar Bjp Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe