Advertisment

୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ

ଆସନ୍ତା ୨୦ତାରିଖରେ ହେବାକୁ ଥିବା ଜିଲ୍ଲାର ଆସିକା ସଂସଦୀୟ କ୍ଷେତ୍ର ନିର୍ବାଚନ ପାଇଁ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଛି

ଅଦ୍ୟତନ ହୋଇଛି
undefined

Voting

Advertisment

ଗଞ୍ଜାମ ଜିଲ୍ଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ପଂଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି । ଏହି କେନ୍ଦ୍ରୀୟ ଫୋର୍ସ ଯବାନମାନେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବୁଥରେ ମୁତୟନ ହେବେ । ସେମାନଙ୍କୁ ରିଜର୍ଭ ଫୋର୍ସ କିମ୍ବା ଷ୍ଟ୍ରାଇକିଂ ଫୋର୍ସ ଭାବେ ନିୟୋଜିତ ନକରିବା ପାଇଁ  ଗଞ୍ଜାମ ଜିଲ୍ଲାପାଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ସୂଚନା ଅନୁସାରେ, ଗଞ୍ଜାମରେ ରାଜନୀତିକ ହିଂସା ବୃଦ୍ଧି ପାଇବା ପରେ ଆସନ୍ତା ୨୦ତାରିଖରେ ହେବାକୁ ଥିବା ଜିଲ୍ଲାର ଆସିକା ସଂସଦୀୟ କ୍ଷେତ୍ର ନିର୍ବାଚନ ପାଇଁ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଞ୍ଜାମ ଜିଲ୍ଲାରେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ପାଇଁ ଅନୁମୋଦନ ଦେଇଛନ୍ତି । ଆସନ୍ତା ୨୦ତାରିଖରେ ପଂଚମ ପଂଚାୟତ ନିର୍ବାଚନରେ ଗଞ୍ଜାମ ଜିଲ୍ଲାର ୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପରିଚାଳନା ପାଇଁ ଏହି ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ନିୟୋଜିତ ହୋଇଛନ୍ତି । ଉକ୍ତ ୨୦କମ୍ପାନୀ କେନ୍ଦ୍ରୀୟ ଫୋର୍ସକୁ ରିଜର୍ଭ ଫୋର୍ସ କିମ୍ବା ଷ୍ଟ୍ରାଇକିଂ ଫୋର୍ସ ଭାବେ ନିୟୋଜିତ ନକରି ବିଭିନ୍ନ ବୁଥରେ ମୁତୟନ କରିବାକୁ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

Election Odisha Voters
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe