Advertisment

ଆଜି ଓଡ଼ିଶା ଆସିବେ ଅମିତ ଶାହ; ୪ଟି ସ୍ଥାନରେ କରିବେ ମାରାଥନ ପ୍ରଚାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରୁଛନ୍ତି । ଆଜି ମଧ୍ୟ ଶାହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବେ ବୋଲି ଚର୍ଚ୍ଚା ହେଉଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Amit shah

Amit shah

ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡ
ରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।

Advertisment

ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ।

ସମ୍ବଲପୁର ସଭା ପରେ ଶାହା କେନ୍ଦୁଝର ଯିବେ। ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ହୋଇଛି ବିରାଟ ଜନସଭା କାର୍ଯ୍ୟକ୍ରମ। ଲୋକଙ୍କୁ ଗୃହମନ୍ତ୍ରୀ ସମ୍ବୋଧନ କରିବା ସହ ଭୋଟ ପାଇଁ ନିବେଦନ କରିବେ। ସେଠାରୁ ଢେଙ୍କାନାଳର ପରଜଙ୍ଗ ପରେ ନୟାଗଡ଼ ଯିବେ ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରୁଛନ୍ତି । ଆଜି ମଧ୍ୟ ଶାହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବେ ବୋଲି ଚର୍ଚ୍ଚା ହେଉଛି। ସେହିପରି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କର ଆଜି ମୋରଡ଼ା, ଉଦଳା, ଯଶୀପୁର, ରାଇରଙ୍ଗପୁର, ବାଙ୍ଗୀରିପୋଷି ଓ ବାରିପଦାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

2024 General Election Amit Shah Loksabha Election 2024 Bjp