Advertisment

ରାତି ପାହିଲେ ୩୫ ଲକ୍ଷ ମହିଳାଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ। ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଆଉ କିଛି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।

Subhadra

Subhadra

Advertisment

ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତି। ବାରିପଦାରେ ମୁଖ୍ୟମନ୍ତ୍ରୀ ବଡ଼ ସଭା କରି ମହିଳାଙ୍କ ଖାତାକୁ ଟଙ୍କା ପଠାଇବେ। ଯେଉଁଥିପାଇଁ ମହିଳାମାନେ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ। ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଆଉ କିଛି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ଏହି ଅବସରରେ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ଓ ଏକ କୋଟିତମ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଟଙ୍କା। ଦିନ ୧୨ଟା ସୁଦ୍ଧା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା। ମାସକ ଭିତରେ କୌଣସି ସରକାରୀ ଯୋଜନାରେ ଏକ କୋଟି ମହିଳା ପଞ୍ଜୀକରଣ କରିବା ରେକର୍ଡ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବାକୁ ଥିବାରୁ ହିତାଧିକାରୀଙ୍କ ଘରେ ଏବେ ବେଶ୍ ଉତ୍ସାହ। ଆଉ କିଛି ମହିଳା ସୁଭଦ୍ରା ଟଙ୍କା ଆସିଲେ ବ୍ୟବସାୟରେ ବିନିଯୋଗ କରିବେ ବୋଲି କହିଛନ୍ତି।

Advertisment

ସେପ୍ଟେମ୍ବର ୧୭ରେ ପ୍ରଥମ ପର୍ଯ୍ୟାୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଥିଲା ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ମହିଳାଙ୍କୁ ଖାତାକୁ ଟଙ୍କା ଯାଇଥିଲା। ଆସନ୍ତାକାଲି ଅକ୍ଟୋବର ୯ ତାରିଖରେ ଆଉ ୩୫ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା। ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟରେ ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଟଙ୍କା ଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାପରେ ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ଦ୍ୱିତୀୟ କିସ୍ତି ଟଙ୍କା।

Bjp Baripada Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe