DamaRoutNoMore
ବିଜେଡିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କର ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ହୋଇଛି। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦାମ ରାଉତଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି।
ଦାମୋଦର ରାଉତଙ୍କ ଦେହାନ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ କରିଛନ୍ତି। ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ଏବଂ ଦେଶର ଉନ୍ନତି ପାଇଁ ତାଙ୍କ ଅବଦାନ ସ୍ମରଣୀୟ। ପରିବାର ବର୍ଗଙ୍କ ସହ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି।
ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି ବୋଲି ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ।
ସେହିପରି ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି। ସେ ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଦୀର୍ଘ ବର୍ଷ ଧରି ରାଜନୀତିରେ ରହି ଲୋକକଲ୍ୟାଣ କାର୍ଯ୍ୟରେ ସେ
ନିଜୟକୁ ନିୟୋଜିତ କରିଥିଲେ ଦାମୋଦର ରାଉତ।
ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକପ୍ରକାଶ କରିଛନ୍ତି। ବରିଷ୍ଠ ରାଜନେତା, ଓଡ଼ିଶା ସରକାରର ପୂର୍ବତନ ମନ୍ତ୍ରୀ ତଥା ଦୀର୍ଘବର୍ଷର ବିଧାୟକ,ବିଜୁ ବାବୁଙ୍କ ଅନୁଗତ, ମୋର ବନ୍ଧୁ ଏବଂ ବହୁ ବର୍ଷର ପୂର୍ବତନ ସହଯୋଗୀ ଡ଼ଃ ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ଗଭୀର ଭାବେ ମର୍ମାହତ। ଓଡ଼ିଶା ରାଜନୀତିର ଏକ ଲମ୍ବା ଓ ଚର୍ଚ୍ଚିତ ଅଧ୍ୟାୟର ଅନ୍ତ ଘଟିଛି ବୋଲି ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ବୈଜୟନ୍ତ।
ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପିସିସି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ବରିଷ୍ଠ ବିଜେଡି ନେତା ଚ୍ୟାଉ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1711077886.jpg)