ଟ୍ୱିନ୍‌ ସିଟିର କୃତ୍ରିମ ବନ୍ୟା ପରିଚାଳନା ପାଇଁ IITର ସହାୟତା ନିଆଯିବ

‘ସାଧାରଣତଃ ବର୍ଷା ଦିନେ ସାପ କାମୁଡାର ଅଧିକ ସମ୍ଭାବନା ରହିଥିବାରୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖନ୍ତୁ’

CM

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ

Manoranjan Sial
  • Published: Thursday, 04 July 2024
  • Updated: 04 July 2024, 05:54 PM IST

Sports

Latest News

କଟକ-ଭୁବନେଶ୍ୱର ଓ ରାଜ୍ୟର ଅନ୍ୟ ସହରାଞ୍ଚଳରେ ଅସରାଏ ବର୍ଷାରେ କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏହାର ପରିଚାଳନା ପାଇଁ ଦିଲ୍ଲୀ IITର ସହାୟତାରେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଓ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି କରିବାକୁ ଜଳସେଚନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେମିତି ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହେଉଛି। ଏହାର ମୁକାବିଲା ପାଇଁ ପୌରାଞ୍ଚଳରେ ଥିବା ଡ୍ରେନ୍‌ ଗୁଡିକର ପଙ୍କ ଉଦ୍ଧାର କରି ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ନଗର ଉନ୍ନୟନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Also Read

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ, ଜିଲ୍ଲା ଓ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ। ସାଧାରଣତଃ ବର୍ଷା ଦିନେ ସାପ କାମୁଡାର ଅଧିକ ସମ୍ଭାବନା ରହିଥିବାରୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖନ୍ତୁ। ସେହିପରି ସତର୍କ ମୋବାଇଲ୍ ଆପ୍ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ, ସେଥିପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସମଗ୍ର ଦେଶରେ ଓଡ୍ରାଫ୍ ହେଉଛି ପ୍ରଥମ ରାଜ୍ୟସ୍ତରୀୟ Disaster Response Force। ଏହା ସର୍ବ ଭାରତୀୟ ସ୍ତରରେ ମଧ୍ୟ ଶ୍ରେଷ୍ଠ। ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ବିଭିନ୍ନ ବିପର୍ଯ୍ୟୟ ସମୟରେ search and rescue କାର୍ଯ୍ୟ ପାଇଁ ଓଡ୍ରାଫ୍ ଓଡ଼ିଶାକୁ ସୁନାମ ଆଣିଛି। ବର୍ତ୍ତମାନ ଏହା ୨୦ଟି ୟୁନିଟ୍ ଥିବାବେଳେ ଏହାକୁ ୩୦ଟି ୟୁନିଟ୍ କରିବା ସହ ଏକ Dedicated force କରିବା ନିମନ୍ତେ ଗୃହ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ। ଅଗ୍ନିଶମ ବିଭାଗ ଜିଲ୍ଲା ସ୍ତରରେ ଯେକୌଣସି ବିପର୍ଯ୍ୟୟ ହେଲେ ପ୍ରଥମେ ଅଂଶଗ୍ରହଣ କରନ୍ତି। ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ରୁ ୩୯୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି। ଏଥିପାଇଁ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବ। ବାହାନଗାର ଟ୍ରେନ୍ ଦୁର୍ଘଟଣା ଭଳି ବିଭିନ୍ନ ଆକସ୍ମିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ୫ ଟି Regional Fire Service Hub ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।

ବୈଠକର ପ୍ରାରମ୍ଭରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଆମ ରାଜ୍ୟ ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ଭୌଗୋଳିକ ଅବସ୍ଥିତି ଦୃଷ୍ଟିରୁ ରାଜ୍ୟରେ ବନ୍ୟା ଓ ବାତ୍ୟାର ଆଶଙ୍କା ଅଧିକ ରହିଥିଲେ ମଧ୍ୟ ବଜ୍ରପାତ, ଅଂଶୁଘାତ, ଘୁର୍ଣ୍ଣିଝଡ, ପାଣିରେ ବୁଡି ମୃତ୍ୟୁ, ଅଗ୍ନିକାଣ୍ଡ ଆଦି ଅନ୍ୟାନ୍ୟ ବିପର୍ଯ୍ୟୟମାନ ବର୍ଷ ତମାମ ଲାଗି ରହିଥାଏ ବୋଲି ସେ କହିଛନ୍ତି।

ସେ ଆହୁରି କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ସମସ୍ୟା ପ୍ରତି ଆମେ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇ ଆସିଛୁ। ପ୍ରାକୃତିକ ବିପର୍ଯ୍ୟୟରେ ମଧ୍ୟ ଯେପରି କୌଣସି ଜୀବନ ହାନୀ ନ ହୁଏ ସେଥି ପ୍ରତି ଗୁରୁତ୍ୱ ଦେଇ ପ୍ରଚଳିତ ବ୍ୟବସ୍ଥାକୁ ଆମକୁ ସୁଦୃଢ କରିବାକୁ ହେବ। ସେଥିପାଇଁ ଏ ସବୁର ସଫଳ ମୁକାବିଲା ନିମନ୍ତେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନ ହୋଇଗଲାଣି। ଏବେଠାରୁ ଆସନ୍ତା ଅକ୍ଟୋବର ମାସ ପର୍ଯ୍ୟନ୍ତ ଆମ ରାଜ୍ୟ ପାଇଁ ପ୍ରଚୁର ବୃଷ୍ଟିପାତ, ବନ୍ୟା, ବାତ୍ୟା ଆଦି ବିପର୍ଯ୍ୟୟର ସମ୍ଭାବନା ରହିଛି। ତେଣୁ ଏହି ସମୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ। ଆମକୁ ବନ୍ୟା-ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିର ଉପଯୁକ୍ତ ସମୀକ୍ଷା କରିବାକୁ ହେବ। ଏପରିକି କ୍ଷେତ୍ରୀୟ ସ୍ତର ପର୍ଯ୍ୟନ୍ତ ପ୍ରଶାସନକୁ ପରିସ୍ଥିତର ସାମନା କରିବା ପାଇଁ ସଜାଗ ରହିବାକୁ ପଡିବ। ଆଗୁଆ ସତର୍କ ସୂଚନା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ, ପାନୀୟଜଳ ଯୋଗାଣ, ସ୍ୱାସ୍ଥ୍ୟ ବ୍ୟବସ୍ଥା, ପ୍ରାଣୀ ଚିକିତ୍ସା ଆଦି କ୍ଷେତ୍ରରେ ଉପଯୁକ୍ତ ପଦକ୍ଷେପମାନ ନିଆଯିବାର ଆବଶ୍ୟକତା ରହିଛି। ଓଡ୍ରାଫ ଏବଂ ଅଗ୍ନିଶମ ବାହିନୀମାନଙ୍କୁ ତ୍ୱରିତ ପଦକ୍ଷେପ ପାଇଁ ସର୍ବଦା ସଜାଗ ରହିବାକୁ ହେବ ବୋଲି ଶ୍ରୀ ମାଝୀ କହିଛନ୍ତି।

ଶ୍ରୀ ମାଝୀ ଆହୁରି କହିଛନ୍ତି, ଅପହଞ୍ଚ ଅଞ୍ଚଳରେ ପର୍ଯ୍ୟାପ୍ତ ଖାଦ୍ୟ ଓ ଗୋଖାଦ୍ୟ ମହଜୁଦ ରହିବା ଆବଶ୍ୟକ। ସମସ୍ତ ଆଶ୍ରୟସ୍ଥଳୀମାନଙ୍କରେ ମଧ୍ୟ ପର୍ଯ୍ୟାପ୍ତ ଶୁଖିଲା ଖାଦ୍ୟ ଏବଂ ଯୋଗାଣ ସାମଗ୍ରୀ ଗଚ୍ଛିତ ରହିବା ଆବଶ୍ୟକ। ଏପରିକି ଗର୍ଭବତୀ ମାଆ, ଶିଶୁ ଏବଂ ରୋଗୀ/ ବୃଦ୍ଧ ମାନଙ୍କର ସ୍ୱତନ୍ତ୍ର ଧ୍ୟାନ ଦିଆଯିବ। ବିଭିନ୍ନ ବିଭାଗ, ଜିଲ୍ଲା ଏବଂ ବ୍ଲକ ମାନଙ୍କରେ ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟା ସକ୍ରିୟ ଭାବେ କାର୍ଯ୍ୟ କରିବ। ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ତ୍ୱରିତ ପଦକ୍ଷେପ ନିଆଯିବ। ଆହତମାନଙ୍କୁ ଆଶୁଚିକିତ୍ସା ସହିତ ଉପଯୁକ୍ତ ଡାକ୍ତରୀ ଚିକିତ୍ସାର ମଧ୍ୟ ବ୍ୟବସ୍ଥା କରାଯିବ। ବିପର୍ଯ୍ୟୟ ପରେ କ୍ଷତିଗ୍ରସ୍ତ ଲୋକମାଙ୍କ କ୍ଷୟକ୍ଷତିର ଆକଳନ କରାଯାଇ ତୁରନ୍ତ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

ଆଜିର ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story