Advertisment

ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ

ଆଜି ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ।

BJP

BJP

Advertisment

ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପରେ ମୁଖ୍ୟମନ୍ତ୍ରୀମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଏଥିପାଇଁ ଶ୍ରୀକ୍ଷେତ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Advertisment

ଆଜି ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ। ଶପଥ ଗ୍ରହଣ ଉତ୍ସବ ସରିବା ପରେ କଡ଼ା ସୁରକ୍ଷା ବଳୟ ଭିତରେ ହରିଆଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନୀ ଓ ତାଙ୍କ ପତ୍ନୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଓ ତାଙ୍କ ପତ୍ନୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ ପ୍ରମୁଖ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲା। ସେଠାରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା। ତା’ପରେ ଅତିଥିମାନେ କଡ଼ା ସୁରକ୍ଷା ଭିତରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।

BJPସିଂହଦ୍ୱାର ସମ୍ମୁଖରେ ହରିଆଣା ମୁଖ୍ୟମନ୍ତ୍ରୀ ଓ ତାଙ୍କ ପରିବାର

ସେପଟେ ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପୁରୀ ସାଂସଦ ସମ୍ୱିତ ପାତ୍ର ଓ ଅନ୍ୟମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ମହାପ୍ରଭୁଙ୍କ ପ୍ରସାଦ ସେବନ କରିଥିଲେ। ଯାହାର ଫଟୋ ଶ୍ରୀ ପାତ୍ର ସୋଶାଲ ମିଡ଼ିଆ Xରେ ପୋଷ୍ଟ କରିଛନ୍ତି।

Advertisment
BJPମହାପ୍ରସାଦ ସେବନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ

ମହାପ୍ରଭୁଙ୍କ ଦର୍ଶନ ପରେ ହରିଆଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନୀ କହିଛନ୍ତି, ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଭଲ ଲାଗିଲା। ଆଜି ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଶପଥ ନେଇଛନ୍ତି। ମୁଁ ଓଡ଼ିଶାର କ୍ୟାବିନେଟ୍‌ ଓ ଜନତାଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ନାୟବ ସିଂ ସୈନୀ କହିଛନ୍ତି।

ସେପଟେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି, ଆଜି ଓଡ଼ିଶାରେ ବିଜେପି ସରକାର ହେଲା। ଶପଥ ଗ୍ରହଣ ଉତ୍ସବ ପରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡ଼ିଶାରେ ମୋହନ ମାଝୀଜୀଙ୍କ ସରକାର ଗଠନ କରିଥିବାରୁ ଓଡ଼ଶା ବାସୀଙ୍କୁ ଧନ୍ୟବାଦ ଜଣାଉଛି। ଓଡ଼ିଶାର ବିକାଶ ହେବ। ସଙ୍କଳ୍ପ ପତ୍ରରେ ଥିବା ସବୁ ଦାବି ପୂରଣ ପାଇଁ ବିଜେପି କାମ କରିବ। ନିର୍ବାଚନ ବେଳେ ଯେଉଁ ସବୁ ପ୍ରତିଶ୍ରୁତି ଦେଇଥିଲୁ ସବୁ ପୂରଣ ହେବ। ରତ୍ନ ଭଣ୍ଡାର ଓ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପ୍ରତିଶ୍ରୁତି ପାଳନ କରିବୁ। ଏଠାରୁ ୨୧ରୁ ୨୦ ଲୋକସଭା ସିଟ୍‌ ଜିତିଥିବାରୁ କୃତଜ୍ଞ। ଏହି ସଫଳତା ଯୋଗୁଁ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର କରିଛି ବୋଲି ଶ୍ରୀ ବିଶ୍ୱଶର୍ମା କହିଛନ୍ତି।

Bjp Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe