Advertisment

୨୫ରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ଅଧିବେଶନ ପାଇଁ ବାଚସ୍ପତି ୨୫ତାରିଖ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି ।

Mukesh Mahalinga

Mukesh Mahalinga

Advertisment

ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ବାଚସ୍ପତି ସୁରମା ପାଢ଼ୀ ଆସନ୍ତା ୨୫ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୬ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି ଓ ପ୍ରଥମଦିନରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ ।

Advertisment

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ଅଧିବେଶନ ପାଇଁ ବାଚସ୍ପତି ୨୫ତାରିଖ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି । ଏହି ଅଧିବେଶନରେ ବିଭିନ୍ନ ବିଲ୍ ଉପସ୍ଥାପନ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟର ଲୋକଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ସମସ୍ତ ବିଲ୍ ସୁରୁଖୁରୁରେ ପାରିତ ହେଉ ବୋଲି ଚାହିଁଛନ୍ତି । ଶୀତ ଅଧିବେଶନ ସମ୍ପର୍କରେ  କ୍ୟାବିନେଟ୍ ସହଯୋଗ ଓ ବିଜେପି ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ବିଲ୍ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ବିଧାନସଭା ଅଧିବେଶନବେଳେ ବିରୋଧୀ ଦଳ ଯେକୌଣସି ପ୍ରସଙ୍ଗ ଉଠାଇବେ ତାହା ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ବିଧାନସଭାର ଶୀତ ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଶ୍ରୀ ମାଝୀ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ।

Advertisment
Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe