Advertisment

କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ

ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।

author-image
Tapaswini Nayak
Assembly

Assembly

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ।

Advertisment

ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ବିଧାନସଭା ପରିଚାଳନା ନେଇ ସବୁ ଦଳ ବାଚସ୍ପତିଙ୍କୁ ନିଜର ମତାମତ ଦେବେ। 

ସେହିପରି ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଆଜି ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।

Advertisment
Bhubaneswar Odisha Assembly