ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମ୍‌ପି: ଅମର ଶତପଥୀ

ବିଜେଡି ନିର୍ବାଚନୀ ବିପର୍ଯ୍ୟୟର କାରଣ ସାଜିଥିବା ଭିକେ ପାଣ୍ଡିଆନଙ୍କୁ ନେଇ ବିଜେଡିରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି ।

ଅମର ପ୍ରସାଦ ଶତପଥୀ

  • Published: Thursday, 17 October 2024
  • , Updated: 17 October 2024, 06:06 PM IST

ଆଜି ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ । ସେ କହିଛନ୍ତି, ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମପି । ୨ ଜଣଙ୍କ ପରେ ଆଉ କିଛି ଏମ୍ ପି ଛାଡ଼ିପାରନ୍ତି । ଦଳରେ ପୂର୍ବରୁ ଅସନ୍ତୋଷ ଥିଲା, କିନ୍ତୁ କେହି ମୁହଁ ଖୋଲୁନଥିଲେ । ସେ କହିବା ଆରମ୍ଭ କରିବାରୁ ଅନେକ ମୁହଁ ଖୋଲୁଛନ୍ତି। ଦଳରେ ଅସନ୍ତୋଷ ଅଛି, ଏଥିରେ ଦ୍ବିମତ ନାହିଁ । ୨ ଜଣ ରାଜ୍ୟସଭା ଏମପିଙ୍କ ପରେ ଆଉ କିଛି ସାଂସଦ ବି  ଦଳ ଛାଡ଼ିପାରନ୍ତି । ମୋ ମୂଳ ପ୍ରଶ୍ନ ଉତ୍ତର କେହି ଦେଲେନି, ସଭାପତି ମୁହଁ ଖୋଲୁନାହାନ୍ତି । ଯେଉଁମାନେ ବୟାନବାଜି କରୁଛନ୍ତି, ସେମାନେ ଦଳର କ୍ଷତି ଘଟାଉଛନ୍ତି । 

ସୂଚନା ଅନୁସାରେ, ବିଜେଡି ନିର୍ବାଚନୀ ବିପର୍ଯ୍ୟୟର କାରଣ ସାଜିଥିବା ଭିକେ ପାଣ୍ଡିଆନଙ୍କୁ ନେଇ ବିଜେଡିରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି । ଦଳର ପ୍ରତିଷ୍ଠାତା ସଦସ୍ୟ ଅମର ଶତପଥୀ ଓ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ମୁହଁ ଖୋଲି ବିଜେଡିର ବିପର୍ଯ୍ୟୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରିବାରୁ ବିଜେଡି ଚିହିଁକି ଉଠିଛି ।

ସେପଟେ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ସୁଧିର ସାମଲ। 

Related story