ବିଜେପିରେ ଯୋଗ ଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଅମରେନ୍ଦ୍ରଙ୍କ ସହ ତାଙ୍କର ଶତାଧିକ ସମର୍ଥକ ମଧ୍ୟ ଆଜି ବିଜେପିରେ ଯୋଗ ଦେଇଛନ୍ତି।
ବିଜେପିରେ ଯୋଗଦେବା ପରେ ବିଜେଡି ଉପରେ ବର୍ଷିଛନ୍ତି ଅମରେନ୍ଦ୍ର। ସେ କହିଛନ୍ତି, ଯେଉଁଘରକୁ ଆମେ ୨୭ବର୍ଷ ହେଲା ପରିଶ୍ରମ କରି ତୋଳିଥିଲୁ, ସେହିଘରେ ପେଇଙ୍ଗ ଗେଷ୍ଟକୁ ସ୍ୱାଗତ କରାଯାଉଛି। ହେଲେ ଘରର ପୁଅର କୌଣସି ସ୍ଥାନ ନାହିଁ। ଏହି ଅନ୍ୟାୟ ବିରୋଧରେ ଜଗତସିଂହପୁର ମାଟି ସ୍ୱର ଉଠାଇଛି।
Also Read
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଥିବା ଅମରେନ୍ଦ୍ର କହିଛନ୍ତି।
ଜଗତସିଂହପୁର ଆସନ ପାଇଁ ଆଶାୟୀ ଥିଲେ ଅମରେନ୍ଦ୍ର। ହେଲେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିଥିଲା। ଟିକେଟ୍ ନ ମିଳିବା ପରେ ନିରାଶ ହୋଇ ଗତକାଲି ଅମରେନ୍ଦ୍ର ବିଜେଡିରୁ ଇସ୍ତଫା ଦେଇଥିଲେ। ଆଜି ବିଜେପିରେ ଯୋଗ ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।