Advertisment

ଆଜି ଓଡ଼ିଶା ଆସିବେ ଅମିତ ଶାହ ଓ ଜେପି ନଡ୍ଡା

କେନ୍ଦ୍ର ଗୃହ ମନ୍ତ୍ରୀ  ଅମିତ ଶାହ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଆଜିଠୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।

Amit Shah and JP Nadda

Amit Shah and JP Nadda

Advertisment

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆଉ ୩ ପର୍ଯ୍ୟାୟ ମତଦାନ ବାକି ଅଛି। ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିବ ବୋଲି ବିଜେପିର ପ୍ରମୁଖ ନେତା ଗ୍ୟାରେଣ୍ଟି ଦେଉଥିବା ବେଳେ ତୁହାକୁ ତୁହା ନିର୍ବାଚନୀ ପ୍ରଚାରରେ ଆସୁଛନ୍ତି ଦଳର ପ୍ରମୁଖ ନେତା। ଆଜି  ନିର୍ବାଚନ ପ୍ରଚାର ପାଇଁ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

Advertisment

କେନ୍ଦ୍ର ଗୃହ ମନ୍ତ୍ରୀ  ଅମିତ ଶାହ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ଅପରାହ୍ନ ଗୋଟାଏ ୩୦ ମିନିଟରେ ଗଂଜାମ ଜିଲ୍ଲାର ସୋରଡ଼ାରେ ପହଞ୍ଚିବେ। ସେଠାରେ ସେ ଦଳୀୟ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

ଅପରାହ୍ନ ୩ଟା ୩୦ ମିନିଟରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ଯୋଗଦେବେ। ସେଠାରୁ ଫେରି ସନ୍ଧ୍ୟା ୬ଟାରେ କଟକରେ ଏକ ବିଶାଳ ରୋଡ ଶୋ’ରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କଟକ ବାଲିଯାତ୍ରା ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ୍ ସହ ଶାହଙ୍କ ରୋଡ୍ ଶୋ’ ହେବାକୁ ଥିବା ରାସ୍ତାରେ ପୋଲିସ ପକ୍ଷରୁ ରିହରର୍ସଲ କରାଯାଇଛି।

Advertisment

ସେପଟେ ଆଜିଠୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହା ସହ ସେ ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ପଦ୍ମପୁର ଓ ସୁନ୍ଦରଗଡ଼ରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧଦନ ଦେବା ନେଇ ବିଜେପି ସୂତ୍ରରୁ ସୂଚନା ମିଳିଛି। 

ଏଥର ବିଜେପି ଫୋକସରେ ରହିଛି ଓଡ଼ିଶା। ଓଡ଼ିଶାରେ ଗତ ୨୫ ବର୍ଷ ଧରି ବିଜେଡି ସରକାର କ୍ଷମତାରେ ଥିବା ବେଳେ ଏଥର ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବ ବୋଲି ଦୃଢୋକ୍ତି ପ୍ରକାଶ କରିଛି ବିଜେପି। ଏଥିପାଇଁ ବିଜେପି ନିଜର ସବୁ ଶକ୍ତିକୁ ବାଜିରେ ଲଗାଇଥିବା ବେଳେ ପ୍ରାୟ ପ୍ରତିଦିନ କେନ୍ଦ୍ରୀୟ ନେତାଙ୍କ ସହ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ନିର୍ବାଚନୀ ପ୍ରଚାର କରୁଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ୍ ଶାହଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ନୀତୀନ ଗଡ଼କରୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ। ପୁରୀରେ ରୋଡ଼ ସୋ ସହ ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ମୋଦି। ପୂର୍ବରୁ ଭୁବନେଶ୍ବରରେ ବିଶାଳ ରୋଡ଼ ସୋ ସହ ଗୋଟିଏ ଦିନରେ 3ଟି ଜନସଭା କରି ଓଡ଼ିଶାରେ ବିଜେପି ସରକାର ଗଠନ ନେଇ ଗ୍ୟାରେଣ୍ଟି ଦେଇଛନ୍ତି ମୋଦି।

2024 General Election Loksabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe