Advertisment

ଆସନ୍ତାକାଲି ଆସୁଛନ୍ତି ଅମିତ୍ ଶାହ, ଜେପି ନଡ୍ଡା ଓ ରାହୁଲ ଗାନ୍ଧି

କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଂଚିବା ପରେ ସେଠାରୁ ସିଧାସଳଖ ଆସିକା ସଂସଦୀୟ କ୍ଷେତ୍ରର ସୋରଡ଼ା ଯିବେ

BJP

BJP

Advertisment

ଓଡ଼ିଶାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ଚାଣକ୍ୟ ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଓ କଂଗ୍ରେସ ନେତା ରାହୁଲ ଗାନ୍ଧି ଆସିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି ।

Advertisment

ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଂଚିବା ପରେ ସେଠାରୁ ସିଧାସଳଖ ଆସିକା ସଂସଦୀୟ କ୍ଷେତ୍ରର ସୋରଡ଼ା ଯିବେ । ସେଠାରେ ବିଜେପିର ନିର୍ବାଚନୀ ସଭା ‘ବିଜୟ ସଂକଳ୍ପ ସମାବେଶ’ରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ମାଗିବେ । ଏହାପରେ ସେ ସନ୍ଧ୍ୟା ୫ଟାରେ କଟକଠାରେ ଏକ ବିଶାଳ ରୋଡ୍ ଶୋ’ରେ ସାମିଲ ହେବେ । ଦଳର ସାଂସଦ ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବିଧାୟକମାନଙ୍କୁ ସାଙ୍ଗରେ ଧରି ଏହି ରୋଡ୍ ଶୋ’ କରିବେ । ଏହାପରେ ଭୁବନେଶ୍ୱର ବାଟ ଦେଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ଦଳୀୟ କର୍ମଶାଳାରେ ଯୋଗ ଦେବେ । ଭୁବନେଶ୍ୱରରେ ରାତିଯାପନ କରି ୧୬ତାରିଖ ସକାଳେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ଠାରେ ଦଳର ‘ବିଜୟ ସଂକଳ୍ପ ସମାବେଶ’ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Advertisment

ଅନ୍ୟପକ୍ଷରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଂଚି ସିଧାସଳଖ ବଲାଙ୍ଗୀର ଯିବେ । ସେଠାରେ ନିର୍ବାଚନୀ ସଭା ଓ ବାଇକ ରାଲିରେ ସାମିଲ ହୋଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପାଇଁ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି । ସେହିପରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆସନ୍ତା ୧୬ତାରିଖରେ ଓଡ଼ିଶା ଆସିବେ । ସେ ଫୁଲବାଣୀ ଯାଇ ସେଠାରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । ଏହାପରେ ଭୁବନେଶ୍ୱର ଫେରି ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

ଦୁଇ ଜାତୀୟ ଦଳର ଏହି ଶୀର୍ଷ ନେତୃତ୍ୱଙ୍କ ଗସ୍ତ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଆସନ୍ତା ୨୦ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦି ପୁରୀରେ ରୋଡ୍ ଶୋ’ କରିବା ସହ କଟକ ଓ ଅନୁଗୁଳଠାରେ ଦଳର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ ।

ସୂଚନାଯୋଗ୍ୟ, ଆଜି ବିଜେପି ନେତା ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ କଂଗ୍ରେସ ନେତା ଜୟରାମ ରମେଶ ନିର୍ବାଚନୀ ପ୍ରଚାର କାର୍ଯ୍ୟରେ ଓଡ଼ିଶା ଗସ୍ତରେ ଆସିଛନ୍ତି ।

Bjp Congress
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe