Advertisment

ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ

କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ଅର୍ଥାତ୍ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଂଚିଥାନ୍ତୋ ।

author-image
Ordigital Desk
Amit Shah

Amit Shah

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ୍ ଶାହଙ୍କ ଦୁଇଦିନିଆ ପ୍ରସ୍ତାବିତ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ମୃତ୍ୟୁ ପାଇଁ ଜାତୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି । ଯାଜପୁରର ବିଜେପି ସାଂସଦ  ରବିନ୍ଦ୍ର ନାରାୟଣ ବେହେରା ଆଜି ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Advertisment

ସୂଚନା ଅନୁସାରେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ଅର୍ଥାତ୍ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଂଚିଥାନ୍ତୋ । ସେ  ଏହି ଦୁଇଦିନିଆ ଗସ୍ତବେଳେ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସହ କଳିଙ୍ଗ ଷ୍ଟାଡ଼ିୟମରେ ଦଳୀୟ ସାଂସଦ,ବିଧାୟକ ଓ ପଦାଧିକାରୀଙ୍କ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା ।

ମାତ୍ର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ମୃତ୍ୟୁ ପାଇଁ କେନ୍ଦ୍ର ସରକାର ଏକ ସପ୍ତାହବ୍ୟାପୀ ଜାତୀୟ ଶୋକ ପାଳନ କରୁଥିବାରୁ ଶ୍ରୀ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ସୂଚନା ମିଳିଛି ।

Advertisment
Amit Shah