Advertisment

ଆଜି ଆସିବେ ଶାହ, କରିବେ ଜୋରଦାର ପ୍ରଚାର

ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର ନିମନ୍ତେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।

author-image
Niharika Rout
ଅଦ୍ୟତନ ହୋଇଛି
Amit Shah

Amit Shah

ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ବାକି ଅଛି। ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର ନିମନ୍ତେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହ। ବିଜେପି ପକ୍ଷରୁ ପ୍ରଚାରକୁ ଜୋରଦାର କରିବେ ଶାହ। ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଶାହ।

Advertisment

ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲିଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ। ସେହିପରି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇଠାରେ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ଅମିତ ଶାହ।

ସେହିପରି ଦୁଇଦିନିଆ ଓଡ଼ିଶା ଗସ୍ତରେ ଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଆଜି ବିଭିନ୍ନ ସ୍ଥାନରେ ବିଜେପି ପାଇଁ ପ୍ରଚାର କରିବେ। ଆଜି ମୟୂରଭଂଜ ରାଇରଙ୍ଗପୁରରେ ରୋଡ ସୋରେ ଯୋଗ ଦେବେ ହିମନ୍ତ। ଏହା ପରେ ସେ ମୋରଡା ନିର୍ବାଚନମଣ୍ଡଳୀର ସୁଳିଆପଦା, ସୋର ରଘୁନାଥପୁର ଏବଂ ଜଗତସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।

Advertisment

ଏହାବାଦ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ଅପରାଜିତା ଷଡ଼ଙ୍ଗୀ ଏବଂ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଆଜି ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । ଏହି ନେତାମାନେ ଆଜି ଗୁରୁତ୍ୱପୂର୍ଣ୍ଣ ନିମାପଡ଼ା, ଚାନ୍ଦବାଲି, କୋରେଇ, ବଡ଼ଚଣା ଭଳି ଗୁରୁତ୍ୱପୂର୍ଣ୍ଣ ଆସନରେ ପ୍ରଚାରକୁ ଶାଣିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ। 

ଆଜି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପାଟକୁରାଠାରେ ଅନୁଷ୍ଠିତ ରୋଡ୍ ଶୋ’ ଓ ଜନସଭାରେ ଯୋଗଦେବେ । ରାଷ୍ଟ୍ରୀୟ ମୁଖପାତ୍ର ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଆଜି ଅପରାହ୍ନ ୩ଟାରେ ନିଆଳି ନିର୍ବାଚନମଣ୍ଡଳୀର ବ୍ରାହ୍ମଣଝରିଲୋଠାରେ ଅନୁଷ୍ଠିତ ରୋଡ୍ ଶୋ’ରେ ଯୋଗ ଦେବାପରେ ଅପରାହ୍ନ ସାଢ଼େ ୪ଟାରେ ଉସୁମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।

ସେହିପରି ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଆଜି ସକାଳ ସାଢ଼େ ୮ଟାରେ ସୁକିନ୍ଦାଠାରେ ଏବଂ ଅପରାହ୍ନ ୩ଟାରେ ଚାନ୍ଦବାଲିଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେବେ ।

Bjp Odisha Assembly Election 2024 2024 General Election Amit Shah Loksabha Election 2024