ଦିଲ୍ଲୀ ନିର୍ବାଚନ ପ୍ରଭାରୀ ଭାବେ ଦାୟିତ୍ୱ ନେବା ପରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଆଉ ଏକ ବଡ଼ ସଫଳତା। ଗତକାଲି ଆମ ଆଦମୀ ପାର୍ଟିର ପୂର୍ବତନ ମନ୍ତ୍ରୀ ହରସରନ ସିଂହ ବାଲି ଓ ତାଙ୍କ ପୁଅ ଗୁର୍ମିତ ସିଂହ ବିଜେପିରେ ଯୋଗ ଦେଇଥିବା ବେଳେ ଆଜି ଆଉ ଜଣେ ପ୍ରଭାବଶାଳୀ ନେତା ରାମ ନାରାୟଣ ଭରଦ୍ୱାଜ ବିଜେପିରେ ଯୋଗ ଦେଇଛନ୍ତି।
Also Read
ଦୁଇ ଦିନରେ ଆମ ଆଦମୀ ପାର୍ଟିର ଦୁଇ ପ୍ରଭାବଶାଳୀ ନେତା ଦଳ ଛାଡ଼ିବା ଆପ୍ ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଛି। ବୈଜୟନ୍ତ ପଣ୍ଡାଙ୍କ ସଫଳ ରଣନୀତି ଓ ଦୃଢ଼ ନେତୃତ୍ୱ ପାଇଁ ଦିଲ୍ଲୀର ଆମ ଆଦମୀ ପାର୍ଟିର ଟାଣୁଆ ଓ ପ୍ରଭାବଶାଳୀ ନେତାମାନେ ବିଜେପିରେ ଯୋଗ ଦେଉଛନ୍ତି ଏବଂ ଆଗାମୀ ଦିନରେ ଅଧିକରୁ ଅଧିକ ନେତା ବିଜେପିରେ ସାମିଲ ହେବେ ବୋଲି ସୂଚନା ମିଳିଛି।
ଗତକାଲି ହରସରନ ସିଂହ ବାଲି ଓ ତାଙ୍କ ପୁଅ ନୂଆଦିଲ୍ଲୀରେ ବିଜେପିର ଦିଲ୍ଲୀ ପ୍ରଦେଶ ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଧାପନ୍ତରିଆ ପାନୀୟ ଜଳ ପ୍ରକଳ୍ପ ନେଇ ମନ୍ତ୍ରୀ କହିଲେ, ମଲେଇ ଖାଇ ପଳେଇଲେ ଠିକାଦାର
ବଦ୍ରିଙ୍କ ବିସ୍ଫୋରକ ବୟାନ; ପ୍ରକଳ୍ପ ନ ସରିବାରୁ ହାରିଲେ ବିଧାୟକ
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Politics
ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।
Politics
‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ
‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କ’ଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି।