ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତି ବଦଳାଇବାକୁ କେନ୍ଦ୍ର ଆଣିଲା ବିଲ୍‌, ନିର୍ବାଚନ କମିଶନର ନିଯୁକ୍ତିରେ ହେବ ପରିବର୍ତ୍ତନ

ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ କମିଶନରମାନଙ୍କୁ ଚୟନ ପାଇଁ ଗଠିତ କମିଟି ୩ ସଦସ୍ୟ ବିଶିଷ୍ଟ ହୋଇଥାଏ। ଏହି କମିଟିରେ ଦେଶର ପ୍ରଧାନମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ନେତା ଓ ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ସଦସ୍ୟ ରହିଛନ୍ତି।

Supreme Court of India

ସର୍ବୋଚ୍ଚ ନ୍ୟାୟାଳୟ

Niharika Rout
  • Published: Thursday, 10 August 2023
  • Updated: 10 August 2023, 03:34 PM IST

Sports

Latest News

ଦେଶର ମୁଖ୍ୟ ନିର୍ବାଚନ କମିଶନର ଓ ପ୍ୟାନେଲର କମିଶନରମାନଙ୍କୁ ଏଣିକି କେନ୍ଦ୍ର ସରକାର ନିଜ ଇଚ୍ଛାରେ ନିଯୁକ୍ତି ଦେବେ। କାରଣ ନିର୍ବାଚନ କମିଶନର ଚୟନ ପାଇଁ ଗଠିତ କମିଟିରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରହିବେ ନାହିଁ। ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା(ଲୋକସଭା) ଓ ଜଣେ କ୍ୟାବିନେଟ ମନ୍ତ୍ରୀ ହିଁ ମୁଖ୍ୟ ନିର୍ବାଚନ କମିଶନ ଓ ଅନ୍ୟ କମିଶନରମାନଙ୍କୁ ଚୟନ କରିବେ। ଏପରି ଏକ ବିଲ୍‌ କେନ୍ଦ୍ର ସରକାର ଆଣିଛନ୍ତି। 

ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ କମିଶନରମାନଙ୍କୁ ଚୟନ ପାଇଁ ଗଠିତ କମିଟି ୩ ସଦସ୍ୟ ବିଶିଷ୍ଟ ହୋଇଥାଏ। ଏହି କମିଟିରେ ଦେଶର ପ୍ରଧାନମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ନେତା ଓ ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ସଦସ୍ୟ ରହିଛନ୍ତି। ହେଲେ ସିଜେଆଇଙ୍କ ବଦଳରେ ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ କମିଟିରେ ରଖିବାକୁ ବିଲ୍‌ରେ ବ୍ୟବସ୍ଥା କରାଯାଇଛି। ଏହାକୁ ଆଜି କେନ୍ଦ୍ର ସରକାର ରାଜ୍ୟସଭାରେ ଆଗତ ମଧ୍ୟ କରିବେ ବୋଲି ଜଣାପଡ଼ିଛି। 

ଗତ ମାର୍ଚ୍ଚରେ ସୁପ୍ରିମକୋର୍ଟର ଏକ ୫ ଜଣିଆ ଖଣ୍ଡପୀଠ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସହ ଜଡ଼ିତ ମାମଲାର ଶୁଣାଣି କରିଥିଲେ। ଏହାପରେ ମୁଖ୍ୟ ନିର୍ବାଚନ ଆୟୋଗ ଓ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ଦ୍ୱାରା ଗଠିତ କମିଟି ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ରାୟ ଶୁଣାଇଥିଲେ। ମାତ୍ର କେନ୍ଦ୍ର ସରକାର ବିଲ୍‌ ଜରିଆରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାତ ଦେବାକୁ ଲକ୍ଷ୍ୟ ରଖିଛନ୍ତି। 

Also Read

ଉକ୍ତ ବିଲ୍‌ରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି ଯେ, ଏହି କମିଟିରେ ଏକ ପଦ କୌଣସି କାରଣରୁ ଖାଲିଥିଲେ ମଧ୍ୟ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତିରେ କୌଣସି ପ୍ରତିବନ୍ଧକ ସୃଷ୍ଟି ହୋଇପାରିବ ନାହିଁ। ଏହି କମିଟି ନିଜ ରାୟ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇବା ପରେ ଓ ରାଷ୍ଟ୍ରପତି ଏହା ଉପରେ ମୋହର ମାରିବେ।

ଆସନ୍ତା ଲୋକସଭା ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଅବସର ଗ୍ରହଣ କରିବେ। ଏହାପରେ ଏହି କମିଟି ଉକ୍ତ ପଦ ପାଇଁ ଉପଯୁକ୍ତ ପ୍ରାର୍ଥୀଙ୍କୁ ବାଛି ନିଯୁକ୍ତି ଦେବ। ଏହାଦ୍ୱାରା ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତିରେ କେତେ ସ୍ୱଚ୍ଛତା ଅବଲମ୍ବନ କରାଯାଇ ପାରିବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story