Advertisment

ପାଟକୁରା ବିଜେଡିରେ କମ୍ପନ: ବିଜେପିରେ ମିଶିଲେ ଅର୍ଚ୍ଚନା ନାୟକ, ବିଜେଡି ଛାଡ଼ିଲେ ଡେରାବିଶ ବ୍ଲକ ଅଧ୍ୟକ୍ଷା

ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେବାପରେ ତାଙ୍କୁ ପାଟକୁରା ବିଧାନସଭା ଆସନରୁ ଟିକେଟ୍ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

BJP

BJP

Advertisment

କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜେଡିକୁ ଶକ୍ତ ଧକ୍କା। କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କ ସହିତ ଡେରାବିଶ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜକାନ୍ତ ସାହୁ  ବରିଷ୍ଠ ନେତା ପ୍ରିୟବ୍ରତ ମିଶ୍ର ପ୍ରମୁଖ ବିଜେଡି ଛାଡ଼ି ଆଜି ବିଜେପିରେ ଯୋଗ ଦେଇଛନ୍ତି।

Advertisment

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ ଓ ଅନ୍ୟମାନଙ୍କୁ ଦଳୀୟ ଉତ୍ତରୀୟ ପକାଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଆସ୍ଥା ପ୍ରକଟ କରି ସେମାନେ ବିଜେପିରେ ସାମିଲ ହୋଇଥିବା କହିଛନ୍ତି।

ସେହିପରି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ ଏବଂ ବିଜେପି ପ୍ରତି ଦେଶ ଓ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି। ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଆବଶ୍ୟକ। ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ। ବିଜେପି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ। ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି। ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ସମସ୍ତ ବର୍ଗର ଲୋକେ ବିଜେପିକୁ ଆପଣାଉଛନ୍ତି।

Advertisment

ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ପ୍ରଦୀପ ପାଣିଗ୍ରାହୀ, ବିଜେପି ନେତା ଯତୀନ ମହାନ୍ତି, ବିନୋଦ ଦାସ, କିଶୋର ପଣ୍ଡା, ତେଜେଶ୍ୱର ପରିଡ଼ା ଓ ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେବାପରେ ତାଙ୍କୁ ପାଟକୁରା ବିଧାନସଭା ଆସନରୁ ଟିକେଟ୍ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ତାଙ୍କୁ ବିଜେଡି ଗୁରୁତ୍ୱ ଦେଉଥିବାରୁ ବର୍ତ୍ତମାନର ବିଧାୟକ ସାବିତ୍ରୀ ଅଗ୍ରୱାଲ ଓ ତାଙ୍କ ସମର୍ଥକମାନେ ଏବେ ବିଜେଡିଠୁ ଦୂରେଇବାରେ ଲାଗିଛନ୍ତି। ଆଜି ଡେରାବିଶ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ବିଜେଡି ଛାଡ଼ି ବିଜେପିରେ ସାମିଲ ହେବା ଏହାର ପ୍ରମାଣ ବୋଲି ଚର୍ଚ୍ଚା ହେଉଛି। ଆଗାମୀ ଦିନରେ ପାଟକୁରା ବିଜେଡିର ଏକ ବୃହତ୍ ଗୋଷ୍ଠୀ ଦଳ ଛାଡ଼ିବେ ବୋଲି ଜଣାପଡ଼ିଛି।

BjD Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe