Advertisment

ଅନ୍ତରୀଣ ଜାମିନ ଅବଧି ବଢାଇବାକୁ ସୁପ୍ରିକୋର୍ଟରେ କେଜ୍ରିୱାଲଙ୍କ ଅନୁରୋଧ

ଜୁନ ୨ରେ ସରୁଛି ଜାମିନ ଅବଧି।

ଅଦ୍ୟତନ ହୋଇଛି
Arvind Kejriwal

Arvind Kejriwal

Advertisment

ଅନ୍ତରୀଣ ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅବଧି ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ଜାମିନ ଅବଧି ଆଉ ସାତ ଦିନ ବଢାଇବାକୁ ଆଜି କେଜ୍ରିୱାଲ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଏହି ଆବେଦନ କରିଛନ୍ତି କେଜ୍ରିୱାଲ।

Advertisment

ଦଳ(AAP) ପକ୍ଷରୁ କୁହାଯାଇଛି ଯେ, କେଜ୍ରିୱାଲଙ୍କୁ ଡାକ୍ତରୀ ପରୀକ୍ଷା କରାଇବାକୁ ପଡୁଥିବାରୁ ସେ ଜାମିନ ଅବଧି ବୃଦ୍ଧି କରିବାକୁ ଚାହୁଁଛନ୍ତି। ଏଥିପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି।

ଦିଲ୍ଲୀ ମଦ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ଅରବିନ୍ଦ କେଜ୍ରିୱାଲ। ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଗିରଫ କରିଥିଲା। ଏହାପରେ ସେ ତିହାର ଜେଲରେ ଥିଲେ।

Advertisment

ପରବର୍ତ୍ତୀ ସମୟରେ ଲୋକସଭା ନିର୍ବାଚନ ଚାଲିଥିବାରୁ ପ୍ରଚାର ପାଇଁ ଅନ୍ତରୀଣ ଜାମିନ ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଏବଂ ଅଦାଲତ ତାଙ୍କୁ ମେ ୧୦ରୁ ଜୁନ ୨ ପର୍ଯ୍ୟନ୍ତ ଜାମିନ ଦେଇଥିଲେ। 

ସର୍ତ୍ତ ଅନୁସାରେ ପ୍ରଚାର ସରିବାର ଗୋଟିଏ ଦିନ ପରେ ଅର୍ଥାତ ଜୁନ ୩ରେ ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବାେ କେଜ୍ରିୱାଲ। କିନ୍ତୁ ସେ ବର୍ତ୍ତମାନ ଜାମିନ ଅବଧି ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। 

Arvind Kejriwal Delhi Liquor Police Kejriwal Interim Bail Supreme Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe