Advertisment

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ହିମନ୍ତ ବିଶ୍ୱଶର୍ମା; ୮ଟି ସ୍ଥାନରେ କରିବେ ପ୍ରଚାର

ଓଡ଼ିଶାରେ ପୁଣି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି।

author-image
Tapaswini Nayak
ଅଦ୍ୟତନ ହୋଇଛି
Hemanta biswa sharma

Hemanta biswa sharma

ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ପୁଣି ଓଡ଼ିଶାମୁହାଁ ବିଜେପିର ଟପ୍ କେନ୍ଦୀୟ ନେତା। ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।
ଏହି ୨ ଦିନରେ ସେ ୮ଟି ସ୍ଥାନରେ ପ୍ରଚାର କରିବେ। ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କାକଟପୁରରେ ପ୍ରଚାର କରିବେ ବିଶ୍ୱଶର୍ମା।

Advertisment

ଆସନ୍ତାକାଲି ରାଇରଙ୍ଗପୁର, ମୋରଡ଼ା, ସୋର ଓ ଜଗତସିଂହପୁରରେ ହିମନ୍ତଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଆଜି ବାସୁଦେବପୁର, ବାହାନଗାଠାରେ ଅନୁଷ୍ଠିତ ବିଶାଳ ରୋଡ ଶୋ’ରେ ସାମିଲ ହେବେ।।ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ଭଦ୍ରକରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସଭା ରହିଛି।

ଓଡ଼ିଶାରେ ପୁଣି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତା ୨୯ ତାରିଖରେ ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। ୨୯ ତାରିଖ ଦିନ ୧୨ଟାରେ ବାରିପଦା ଛଉ ପଡ଼ିଆରେ ମୋଦିଙ୍କ ପ୍ରଥମ ସଭା ରହିଛି। ଏହାପରେ ସାଢ଼େ ଗୋଟାଏରେ ବାଲେଶ୍ୱରରେ ଏବଂ ସାଢେ ୩ଟାରେ କେନ୍ଦ୍ରାପଡ଼ାରେ ବିଶାଳ ଜନସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି।

Advertisment

ମୋଦି ଆସିବା ପୂର୍ବଦିନ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସିବେ। ଅର୍ଥାତ ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ। କାଲି ଗୃହମନ୍ତ୍ରୀଙ୍କ ୩ଟି ସଭା ରହିଛି। କାଲି ଦିନ ୧୦ଟାରେ ଚାନ୍ଦବାଲିରେ କରିବେ ପ୍ରଥମ ସଭା। ପରେ କୋରେଇ ଓ ନିମାପଡାରେ ଜନସଭାକୁ ସମ୍ବୋଧନ କରିବେ ଶାହ।

Bjp Loka Sabha Election 2024 Odisha Assembly Election 2024