Advertisment

ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଆସିବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଂଜନ ଲାଲ ଶର୍ମା।

author-image
Tapaswini Nayak
Himanta biswa sarma

Himanta biswa sarma

ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଆଜି ସେ ବ୍ରଜରଜନଗର, ବଣେଇ, ଅତାବିରା, ଜଟଣୀରେ ସଭା କରିବେ। ଆସନ୍ତାକାଲି କବିସୂର୍ଯ୍ୟନଗର, କଣ୍ଟାବାଞ୍ଝି , ଲୋଇସିଂହା, ସତ୍ୟବାଦୀ, ପିପିଲିରେ ସମାବେଶ କରିବେ।

Advertisment

ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ତଳସରା, ବିଜେପୁର, ବୀରମହାରାଜପୁରରେ ସଭା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି ଆସିବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଂଜନ ଲାଲ ଶର୍ମା। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି. ଉଦୟଗିରିରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

ଅନ୍ୟପକ୍ଷରେ ଆଜି ରାଜଧାନୀରେ ରୋଡ ଶୋ’ କରିବେ ଜେ.ପି. ନଡ୍ଡା। ସକାଳ ୯ଟାରେ ନଡ୍ଡା ମାଉସୀ ମା' ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ଶୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।

Advertisment
Bjp Odisha Assembly Election 2024 General Election 2024