ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲେଖାନୁଦାନ( କାମଚଳା ବଜେଟ) ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି।
Also Read
ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବ୍ରୁୟାରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ।
ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍ ( କାମଚଳା ବଜେଟ) ପାରିତ ହେବ ।
୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି।
ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଚରମରେ ପହଂଚିଲାଣି ବିଜେଡି ବିଶୃଙ୍ଖଳା : ନବୀନ ବିନ୍ଦାସ, ପୁଣି ବବି ଦେଖାଇଲେଣି ମାମଲାତି
ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଆତ୍ମଘୋଷିତ କ୍ରୀତଦାସ ପ୍ରଣବପ୍ରକାଶ ଦାସ ଓରଫ ବବି ଆଜି ଦୀର୍ଘଦିନ ପରେ ପୁଣିଥରେ ନବୀନ ନିବାସରେ ନିଜର ମାମଲାତି ଦେଖାଇବା ଆରମ୍ଭ କରିଛନ୍ତି।

Politics
ବିଜେଡି କାହାର: ପାଣ୍ଡିଆନ-ବବିଙ୍କ ପାଖରେ ଦଳୀୟ ପାଣ୍ଠି , ଆକ୍ସନ ନେବାକୁ ନବୀନ ଅକ୍ଷମ
ବିଜେଡି ଏବେ କାହାର ଓ କାହା ନିୟନ୍ତ୍ରଣରେ ଅଛି? ନବୀନ ପଟ୍ଟନାୟକଙ୍କ ବର୍ତ୍ତମାନର ଆଭିମୁଖ୍ୟ ଓ ଅସହାୟତାକୁ ଦେଖିବା ପରେ ଏଭଳି ପ୍ରଶ୍ନ ଉଠିବା ସ୍ୱାଭାବିକ ।

Politics
ବିଚରା ନବୀନ, ଅସହାୟତା ଜଳଜଳ: ପାଣ୍ଡିଆନଙ୍କ ପାଇଁ ମାମଲାତି କଲେ ୪ ସାଂସଦ, ଅସ୍ଥିରତା ପଛରେ ବବି
ନବୀନ ନିବାସରେ ସୋମବାର ‘ପାଣ୍ଡିଆନ ଗୋ-ବ୍ୟାକ୍’ ନାରା ଦେବା ପରେ ଚିହିଁକି ଉଠିଛନ୍ତି ଦଳର ୪ଜଣ ରାଜ୍ୟସଭା ସାଂସଦ।

Politics
କର୍ଣ୍ଣାଟକା କଂଗ୍ରେସ କନ୍ଦଳ ଆହୁରି ଘନେଇଲା
ରାଜନୀତିକ ସମୀକ୍ଷକଙ୍କ ମତରେ ଶିବକୁମାର ମୁଖ୍ୟମନ୍ତ୍ରୀ ହେବାକୁ ଲକ୍ଷ୍ୟ ରଖିଥିବାରୁ ଦଳର ରାଜ୍ୟର ସଭାପତି ପଦରୁ ଇସ୍ତଫା ଦେବାକୁ ମନା କରି ଦେଇଛନ୍ତି। କାରଣ ସେ ଜାଣିଛନ୍ତି ଯେ ସଭାପତି ପଦ ଛାଡ଼ିଦେଲେ ଦଳରେ ତାଙ୍କର ସ୍ଥିତି ଦୁର୍ବଳ ହୋଇଯିବ।

Politics
ପାଣ୍ଡିଆନ ଚାହୁଁଛନ୍ତି କି ବିଜେଡି ବିଭାଜନ: ସୁଜାତାଙ୍କ ଏଣ୍ଟ୍ରି ପାଇଁ ‘ଡିଲ୍’ , ସସ୍ମିତ-ପ୍ରତାପ ମୋହରା
ବିଜେଡି ସୂତ୍ର ଅନୁସାରେ, ନବୀନଙ୍କ ଉତ୍ତରାଧିକାରୀ ଭାବେ ବିଜୁ ପଟ୍ଟନାୟକଙ୍କ ପରିବାରର କୌଣସି ସଦସ୍ୟ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିବା ପରେ ସୁଚିନ୍ତିତ ଢଙ୍ଗରେ ସୁଜାତାଙ୍କୁ ଆଗକୁ ଆଣିବାର ବ୍ୟବସ୍ଥା ହୋଇଛି । ନବେ ଦଶକରେ ନବୀନଙ୍କ ରାଜନୀତିକ ଏଂଟ୍ରି ପାଇଁ ଯେଭଳି ‘ଡିଲ୍’ ହୋଇଥିଲା ଅନୁରୂପ ‘ଡିଲ୍’ ସୁଜାତାଙ୍କ ରାଜନୀତିକ ଏଂଟ୍ରି ନିମନ୍ତେ କରାଯାଇଥିବା ଚର୍ଚ୍ଚା ।