Advertisment

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ

ଆତିଶୀଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ସୁପାରିଶ କରିଛନ୍ତି ଅରବିନ୍ଦ କେଜ୍ରିୱାଲ।

ଅଦ୍ୟତନ ହୋଇଛି
Atishi

Atishi

Advertisment

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ଜେଲରୁ ଆସିବା ପରେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ ଅରବିନ୍ଦ କେଜ୍ରିୱାଲ।

Advertisment

ଆଜି ସେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ସୁପାରିଶ କରିଛନ୍ତି। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛି। କେଜ୍ରିୱାଲ ଜେଲରେ ଥିବାବେଳେ ସ୍ୱାଧୀନତା ଦିବସ ଅବସରରେ ତାଙ୍କ ସ୍ଥାନରେ ଆତିଶୀଙ୍କୁ ପତାକା ଉତ୍ତୋଳନ କରିବାକୁ କହିଥିଲେ। ତେଣୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ କେଜ୍ରିୱାଲ ଆତିଶୀଙ୍କୁ ସୁପାରିଶ କରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇ ଯାଇଥିଲା।

ଶେଷରେ ଆଜି ବିଧାୟକ ଦଳ ବୈଠକ ପରେ ଆତିଶୀଙ୍କ ନାଁରେ ହିଁ ମୋହର ବାଜିଛି। ସେ ବର୍ତ୍ତମାନ ଦିଲ୍ଲୀର ଭାବି ମୁଖ୍ୟମନ୍ତ୍ରୀ। ଆଜି ଅରବିନ୍ଦ କେଜ୍ରିୱାଲ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେବା ପରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

Advertisment

ତେବେ ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, କେହି ଉପମୁଖ୍ୟମନ୍ତ୍ରୀ ରହିବେ ନାହିଁ। ସେପ୍ଟେମ୍ବର 26-27ରେ ବସିବାକୁ ଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

ପ୍ରକାଶ ଥାଉକି, ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଫେବ୍ରୁଆରୀରେ ଗିରଫ ହୋଇଥିଲେ ଅରବିନ୍ଦ କେଜ୍ରିୱାଲ। ସେପ୍ଟେମ୍ବର 13ରେ ତାଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲା। ଏହା ପରଦିନ ସେ ଏକ ସମାବେଶକୁ ସମ୍ବୋଧିତ କରି ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ। ପରବର୍ତ୍ତୀ ନିର୍ବାଚନ ନ ହେବା ପର୍ଯ୍ୟନ୍ତ ସେ ମୁଖ୍ୟମନ୍ତ୍ରୀ ଆସନରେ ବସିବେ ନାହିଁ ବୋଲି କହିଥିଲେ।

ତେବେ ଦିଲ୍ଲୀରେ ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ହେଲେ ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ରହିବେ। 

Arvind Kejriwal Atishi Delhi Chief Minister
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe