Advertisment

ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ମୋହନ ମାଝୀ, ଏମିତି କହିଲେ ବୈଜୟନ୍ତ ଓ ଧର୍ମେନ୍ଦ୍ର

ଆଜି ମୋହନ ମାଝୀ ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ କରିବାକୁ ଦାବି ମଧ୍ୟ ଉପସ୍ଥାପନ କରିଛନ୍ତି।

Mohan Majhi

Mohan Majhi

Advertisment

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ବରିଷ୍ଠ ବିଜେପି ନେତା ମୋହନ ମାଝୀ। ଆଜି ସେ ବିଜେପି ବିଧାୟକ ଦଳ ନେତା ଭାବେ ଚୟନ ହୋଇଛନ୍ତି। ଆସନ୍ତାକାଲି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

Advertisment

ତାଙ୍କ ସହ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। ଆଜି ମୋହନ ମାଝୀ ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ କରିବାକୁ ଦାବି ମଧ୍ୟ ଉପସ୍ଥାପନ କରିଛନ୍ତି।

ମୋହନ ମାଝୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବାରୁ ତାଙ୍କୁ ଚାରିଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏହିକ୍ରମରେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ନବ ନିର୍ବାଚିତ ସାଂସଦ ବୈଜୟନ୍ତ ପଣ୍ଡା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।

Advertisment

ବୈଜୟନ୍ତ ତାଙ୍କ ଏକ୍ସରେ ଲେଖିଛନ୍ତି ଯେ “ଓଡ଼ିଶା ଭାରତୀୟ ଜନତା ପାର୍ଟି ବିଧାୟକ ଦଳ ନେତା ତଥା ନୂତନ ମୁଖ୍ୟମନ୍ତ୍ରୀ ରୂପେ ମନୋନୀତ ହୋଇଥିବା ମୋହନ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହୋଇଥିବା କନନ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ସାମଗ୍ରିକ ବିକାଶ ଓ ଓଡ଼ିଆ ଅସ୍ମିତା ପାଇଁ କାର୍ଯ୍ୟ କରିବା ପାଇଁ ସଂକଳ୍ପବଦ୍ଧ। ଜୟ ଜଗନ୍ନାଥ” ସେ ହ୍ୟାଶଟ୍ୟାଗ #OdiaAsmitaRaSarkar ବ୍ୟବହାର କରିଛନ୍ତି।

ସେହିପରି ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଆ ପୁଅ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିବା କଥା ଉଲ୍ଲେଖ କରିଛନ୍ତି। ସେ ଏକ୍ସରେ ଲେଖିଛନ୍ତି, “ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପାଇଁ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ଶୁଭେଚ୍ଛା। ଆଜି ଜଣେ ଓଡ଼ିଆ ପୁଅ ହିଁ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ଆଦିବାସୀଙ୍କୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ ଶ୍ରୀ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ସ୍ୱାଗତଯୋଗ୍ୟ। ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ ହୋଇଥିବା କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଅଭିନନ୍ଦନ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ଆପଣ ମାନଙ୍କ ନେତୃତ୍ୱରେ ‘ବିକଶିତ ଓଡ଼ିଶା’ ଗଠନ ହେବା ସହ ସାଢ଼େ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ।

ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ। ଆଜିର ନିଷ୍ପତ୍ତି ପାଇଁ ମୁଁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ବିଜେପିର ଶୀର୍ଷ ନେତୃତ୍ୱ ଓ ରାଜ୍ୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଉଛି।”

Odisha Bjp Odisha Chief Minister Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe