Advertisment

ବାବା ଚନ୍ଦ୍ରଚୁଡ଼ ମନ୍ଦିର ସଫେଇ କାର୍ଯ୍ୟରେ ସାମିଲ ହେଲେ ବୈଜୟନ୍ତ

ପ୍ରଭୁ ଶ୍ରୀରାମଙ୍କ ଆଗମନକୁ ଆହୁରି ଭବ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ମନ୍ଦିର ଓ ତୀର୍ଥ ସ୍ଥାନକୁ ସ୍ୱଚ୍ଛ ରଖିବାକୁ ଶ୍ରମଦାନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି।

BJP

BJP

Advertisment

ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଥିବା ବେଳେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଆଜି ବୌଦ୍ଧରେ ପହଞ୍ଚି ସେଠାରେ ଥିବା ବାବା ଚନ୍ଦ୍ରଚୁଡ଼ ମନ୍ଦିରରେ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଶ୍ରୀ ପଣ୍ଡା କହିଛନ୍ତି, ୫୦୦ ବର୍ଷ ପରେ ଅଯୋଧ୍ୟାରେ ରାମଲଲାଙ୍କ ଭବ୍ୟ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି।

Advertisment

ସେ କହିଛନ୍ତି, ସାରା ଦେଶରେ ଜନସାଧାରଣ ଶ୍ରୀରାମଙ୍କୁ ସ୍ୱାଗତ କରିବା ପାଇଁ ଉତ୍ସାହିତ ଅଛନ୍ତି। ଏହା ଆମ ପାଇଁ ଗର୍ବ ଓ ଗୌରବର ଅବସର। ପ୍ରଭୁ ଶ୍ରୀରାମଙ୍କ ଆଗମନକୁ ଆହୁରି ଭବ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ମନ୍ଦିର ଓ ତୀର୍ଥ ସ୍ଥାନକୁ ସ୍ୱଚ୍ଛ ରଖିବାକୁ ଶ୍ରମଦାନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବାବା ଚନ୍ଦ୍ରଚୁଡ଼ ମନ୍ଦିରେ ସଫେଇ କାର୍ଯ୍ୟକ୍ରମରେ ସାମିଲ୍‌ ହେବା ମୋର ସୌଭାଗ୍ୟ। ସେହିପରି ଜାନୁଆରୀ ୨୨ ତାରିଖରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଦିନ ଦୀପ ଜାଳି ଦିନଟିକୁ ଦୀପାବଳି ଉତ୍ସବ ଭାବରେ ପାଳନ କରିବା ପାଇଁ ଶ୍ରୀ ପଣ୍ଡା ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଶ୍ରୀ ପଣ୍ଡାଙ୍କ ସହିତ ବୌଦ୍ଧ ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତି, ଜିଲ୍ଲା ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ପୂର୍ବତନ ବିରୋଧୀ ଦଳ ନେତା ସଚିଦାନନ୍ଦ ଦଲାଲ ପ୍ରମୁଖ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇ ଶ୍ରମ ଦାନ କରିଛନ୍ତି।

Advertisment
Bjp Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe