Advertisment

ରାଜସ୍ଥାନରେ ଆରମ୍ଭ ହେଲା ଭଜନ ରାଜ୍, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ ଶର୍ମା।

ଅଦ୍ୟତନ ହୋଇଛି
Bhajan Lal Sharna

Bhajan Lal Sharna

Advertisment

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା। ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ। ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ଶପଥ ପାଠ କରାଇଛନ୍ତି। 

Advertisment

ଭଜନ ଲାଲଙ୍କ ସମେତ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଚ ଉପରେ ଉପସ୍ଥିତ ଥିଲେ। ତାଙ୍କ ସହ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସାମିଲ ଥିଲେ।  

Advertisment

ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ ସମାରୋହର ଆୟୋଜନ କରାଯାଇଥିଲା। ରାଜଧାନୀ ରାୟପୁରରେ ଗତ ଗୁରବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ପରେ ଭଜନ ଲାଲଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା। ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଥିଲେ। ରାଜ୍ୟପାଳଙ୍କ ଅନୁମତି କ୍ରମେ ଆଜି ଭଜନ ଲାଲଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି।

୪ ଥର ରାଜ୍ୟ ବିଜେପିର ସାଧାରଣ ସଂପାଦକ ରହିଥିବା ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସାଧାରଣ ସଂପାଦକ ଅଛନ୍ତି। ସେ ଆରଏସ୍‌ଏସ୍‌ ଓ ଏବିଭିପି ସହିତ ମଧ୍ୟ ଜଡ଼ିତ ଥିଲେ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। କିନ୍ତୁ ସେ ପ୍ରଥମ କରି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। 

Bhajan Lal Sharma Take Oath Rajasthan Chief Minister
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe