Advertisment

ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ ଦେଲା ବଡ଼ ଦାୟିତ୍ୱ

ଗତ ଫେବ୍ରୁଆରୀ ୧୦ ତାରିଖରେ ଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗ ଦେଇଥିଲେ।

ଅଦ୍ୟତନ ହୋଇଛି
Bijay Patnaik

Bijay Patnaik

Advertisment

ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ। ତାଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ କରାଯାଇଛି। ଆଜି ଏଆଇସିସି ପକ୍ଷରୁ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ପ୍ରେସ ରିଲିଜ ଜାରି କରି ଏଆଇସିସି ଏହି ସୂଚନା ଦେଇଛି।

Advertisment

ଗତ ଫେବ୍ରୁଆରୀ ୧୦ ତାରିଖରେ ଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୭୬ ବ୍ୟାଚର ଏହି ପୂର୍ବତନ ଆଇଏଏସ୍ ଅଧିକାରୀ ୨୦୦୪ରୁ ୨୦୧୦ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରିନ୍ସିପାଲ ସେକ୍ରେଟାରୀ ଭାବେ କାମ କରିଥିଲେ । ୨୦୧୦ ମସିହା ସେପ୍ଟେମ୍ବର ମାସରେ ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ । ୨୦୧୩ରେ ସେ ଅବସର ନେଇଥିଲେ।

କଂଗ୍ରେସରେ ଯୋଗ ଦେବା ପରଠୁ ବିଜୟ ପଟ୍ଟନାୟକ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। 

Advertisment

ଅନ୍ୟପକ୍ଷରେ ରାଜ୍ୟ କଂଗ୍ରେସ ପକ୍ଷରୁ ୨୭ ଜଣିଆ ରାଜନୀତିକ ବ୍ୟାପାର କମିଟି ଗଠନ କରାଯାଇଛି। ଏହି କମିଟିରେ ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ତାରା ପ୍ରସାଦ ବାହିନୀପତି, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ, ଚିରଞ୍ଜୀବ ବିଶ୍ୱାଳ, ପଞ୍ଚାନନ କାନୁନଗୋ, ସପ୍ତଗିରି ଉଲ୍ଲାକା ଓ ବିଧାୟକ ସନ୍ତୋଷ ସିଂହ ସାଲୁଜା ପ୍ରମୁଖ ଅଛନ୍ତି।

Congress Bijaya Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe