Advertisment

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବ୍ରୁଆରୀ ମାସରେ କଂଗ୍ରେସରେ ଯୋଗଦେଇଥିଲେ।

author-image
Manoranjan Sial
ଅଦ୍ୟତନ ହୋଇଛି
Bijay

Bijay

କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ। ଆଜି ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଲୋକଙ୍କ ପାଖକୁ ଯିବେ ବୋଲି ସେ କହିଛନ୍ତି। 

Advertisment

ଓଡ଼ିଶାର ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବ୍ରୁଆରୀ ମାସରେ କଂଗ୍ରେସରେ ଯୋଗଦେଇଥିଲେ। ଦିଲ୍ଲୀ ଯାଇ ସେ କଂଗ୍ରେସରେ ମିଶିଥିଲେ। କଂଗ୍ରେସରେ ମିଶିବା ପରେ ତାଙ୍କୁ ନୂଆ ଦାୟୀତ୍ୱ ଦିଆଯାଇଥିଲା। ପ୍ରଚାର କମିଟି ଅଧ୍ୟକ୍ଷ କରାଯାଇଥିଲା। ହେଲେ ନିର୍ବାଚନ ପୂର୍ବରୁ ତାଙ୍କୁ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବାହାର କରି ଦିଆଯାଇଥିଲା। ଯେଉଁଥିପାଇଁ ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଥିଲା।

୨୦୨୪ ସାଧାରଣ ନିର୍ବାଚନରେ ଶ୍ରୀ ପଟ୍ଟନାୟକ ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ି ଥିଲେ। ହେଲେ ସେହି ନିର୍ବାଚନରେ ସେ ପରାଜୟ ବରଣ କରିଥିଲେ।  

Advertisment

କଂଗ୍ରେସରୁ ଇସ୍ତଫା ପରେ ବିଜୟ ପଟ୍ଟନାୟକ କହିଛନ୍ତି, ମୁଁ ଦେଖିଲି ଦଳରେ ମୋର କିଛି ପ୍ରେଷ୍ଟିଜ ନାହିଁ। ସ୍ଥାନ ମଧ୍ୟ ନାହିଁ। ମୁଁ ଅନୁଭବ କଲି ଦଳ ପାଇଁ କିଛି ୟୁଜ୍‌ଫୁଲ୍‌ ହେଉନି। ଅନ୍ୟ ଦଳକୁ ଯିବାର ନାହିଁ। ଲୋକଙ୍କ ପାଖକୁ ଯିବି। ଲୋକଙ୍କ ସେବା କରିବାର ଅଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। 

Odisha Congress Congress AICC President