ବାହା ହେବାକୁ କନକନ !

ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ନିଜର ସହପାଠୀ ପ୍ରତ୍ୟୁଷା ନନ୍ଦଙ୍କୁ ବିବାହ କରିବା ନିମନ୍ତେ ଗତ ୨୧ତାରିଖରେ ସବରେଜିଷ୍ଟ୍ରାର କାର୍ଯ୍ୟାଳୟରେ ଆବେଦନ କରିଛନ୍ତି ।

Manoj Swain
  • Published: Thursday, 05 October 2023
  • Updated: 05 October 2023, 02:01 PM IST

Sports

Latest News

ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ପୁଣିଥରେ ବ୍ୟକ୍ତିଗତ କାରଣ ପାଇଁ ବିବାଦ ଘେରକୁ ଆସିଛନ୍ତି । ଦୀର୍ଘଦିନର ବାନ୍ଧବୀ ସୋମାଲିକା ଦାଶଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ବିବାହ ନିଷ୍ପତ୍ତିରୁ ଓହରି ଯିବା ନେଇ ଯୌନ ନିର୍ଯାତନା ଓ ପ୍ରତାରଣାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରି ସମୟରେ ପ୍ରତ୍ୟୁଷା ନନ୍ଦ ନାମ୍ନୀ ଜଣେ ମହିଳାଙ୍କୁ ବିବାହ କରିବାକୁ କଟକସ୍ଥିତ ସବରେଜିଷ୍ଟ୍ରାର କାର୍ଯ୍ୟାଳୟରେ ସେ ଆବେଦନ କରିଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos